ସାନଖେମୁଣ୍ଡି ବିଧାୟକଙ୍କ ଶକ୍ତି ପ୍ରଦର୍ଶନ, କହିଲେ ମୋଦି ସରକାର…

ଛତ୍ରପୁର, ୨୩ା୩ (ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଛତ୍ରପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ପାର୍ଟି ପକ୍ଷରୁ ଶୁକ୍ରବାର ଭିକାରୀପଲ୍ଲୀ ଗ୍ରାମ ପଞ୍ଚାୟତର ଗୋଲାପଲ୍ଲୀ ଗ୍ରାମର ଭଗବତୀ ମନ୍ଦିର ନିକଟରେ ଏକ କର୍ମୀ ସମ୍ମିଳନୀ ପୂର୍ବତନ ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି ଅବନୀ ଶତପଥିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କଂଗ୍ରେସ ଦଳର ସାଙ୍ଗଠନିକ ସ୍ଥିତିକୁ ସୁଦୃଢ କରିବା ପାଇଁ ଆହ୍ବାନ ଦେଇଥିଲେ। ଏହା ସହିତ ଗଣତନ୍ତ୍ରକୁ ହତ୍ୟା କରୁଥିବା ମୋଦି ସରକାରଙ୍କ ବିରୋଧରେ ମୁକାବିଲା କରିବାର ଏବେ ଦିନ ଆସିଛି। ଏ ପୁଞ୍ଜିପତିର ମୋଦି ସରକାର ଲୋକଙ୍କୁ ସମସ୍ତ ପ୍ରକାର ହଇରାଣ କରୁଛି। ଗ୍ୟାସ, ପେଟ୍ରୋଲ ଠାରୁ ଆରମ୍ଭ କରି ସମସ୍ତ ସାମଗ୍ରୀ ଦର ଦ୍ୱିଗୁଣିତ କରିଦେଲାଣି। ଗତକାଲି ଅନ୍ୟାୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରଓ୍ବାଲଙ୍କୁ ଗିରଫ କରିଛି। ଏ ସରକାରଙ୍କୁ ଆମେ କଡ଼ା ଜବାବ ଦେବା। ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଏକ ଟାଣୁଆ ଓ ଯୁବ ବିଧାୟକ ପ୍ରାର୍ଥୀ ଦିଆଯିବ। ସେହି ପ୍ରାର୍ଥୀଙ୍କୁ କିପରି ବିଜୟୀ କରିବା ସେଥିପାଇଁ ସମସ୍ତେ ଆଜିଠାରୁ ସକଳ୍ପ ନେବା ବୋଲି କହିଥିଲେ। ମୁଁ ମୋର ଜୀବନ ଥିଲା ପର୍ଯ୍ୟନ୍ତ କଂଗ୍ରେସରେ ରହିବି ବୋଲି ବିଧାୟକ ଜେନା କହିଥିଲେ। ଛତ୍ରପୁର ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତ୍ରିଲୋଚନ ରେଡ୍ଡୀ କଂଗ୍ରେସ ଦଳ ପ୍ରତି ଲୋକଙ୍କ ଭଲ ପାଇବାକୁ ଉପସ୍ଥାପନା କରିଥିଲେ। ଇଜୁ ଆମିନ ଖାନ ସଂଯୋଜନା କରିଥିବା ବେଳେ ପୂର୍ବତନ ନଗର କଂଗ୍ରେସ ସଭାପତି ଜଲାଲ ଖାନ, ଯୁବ କଂଗ୍ରେସ ଛତ୍ରପୁର ନିର୍ବାଚନ ମଣ୍ଡଳୀ ସଭାପତି ରଞ୍ଜିତ ରଥ, ବିଶ୍ୱ ରଞ୍ଜନ ଦାସଙ୍କ ସମେତ ନିର୍ବାଚନ ମଣ୍ଡଳୀର ବହୁ ମହିଳା, ପୁରୁଷ ଏବଂ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ। ଏହି ଅବସରରେ ପଦ୍ମନାଭ ମହାରଣା ଓ ଶିବରାମ ବେହେରା ଅନ୍ୟ ଦଳ ଛାଡି କଂଗ୍ରେସରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri