ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପାଇଁ ମନୋନୀତ ହୋଇଛି। ୨୦୨୪ ଶିକ୍ଷାବର୍ଷ ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାର ତାଲିକାରେ ରାଜ୍ୟର ୫୦ଟି ମନୋନୀତ ବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଥିବା ବରଗଡ଼ ଜିଲାର ମାତ୍ର ୫ଟି ବିଦ୍ୟାଳୟ ମଧ୍ୟରୁ ସଂକ୍ରି ବିଦ୍ୟାଳୟ ଅନ୍ୟତମ। ଏହି ସଫଳତା ପରେ ସଂକ୍ରି ବିଦ୍ୟାଳୟ ସମେତ ସମଗ୍ର ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମହେନ୍ଦ୍ର କୁମାର ବାରିକଙ୍କ ନେତୃତ୍ୱ ଏବଂ ବୈତାଲି କ୍ଲଷ୍ଟର ସିଆରସିସି ଦିବସ କୁମାର ସାହୁଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନରେ ବିଦ୍ୟାଳୟରେ ଅନେକ ଅଭିନବ ଶିକ୍ଷଣ କାର୍ଯ୍ୟକ୍ରମ ଓ ଶିକ୍ଷାମୂଳକ ପଦକ୍ଷେପ ନିଆଯାଉଛି। ଛାତ୍ରଛାତ୍ରୀଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ସର୍ବାଙ୍ଗୀଣ ବିକାଶକୁ ଗୁରୁତ୍ୱ ଦେଇ ନିଆଯାଇଥିବା ଏହି ଉଦ୍ୟମଗୁଡ଼ିକ ବିଦ୍ୟାଳୟକୁ ରାଜ୍ୟସ୍ତରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁରେ ପହଞ୍ଚାଇଛି।

ଗତବର୍ଷ ଅକ୍ଟୋବର ୩୧ ତାରିଖରେ ଏକ ରାଜ୍ୟସ୍ତରୀୟ ଦଳ ବିଦ୍ୟାଳୟ ପରିଦର୍ଶନ କରି ଚାଲିଥିବା ଅଭିନବ ଶିକ୍ଷାଦାନ ପ୍ରଣାଳୀର ତଦାରଖ କରିଥିଲେ। ଏହି କ୍ରମରେ ମଙ୍ଗଳବାର ଓସେପା (OSEPA) ଡେପୁଟି ଡାଇରେକ୍ଟର ଶୈଳଧିରାଜ ତନୟା ଶତପଥୀ ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ତାଙ୍କ ସହ ପେଡାଗୋଜି କୋଓର୍ଡିନେଟର ପୁଷ୍ପାଞ୍ଜଳି ଦାସ ଓ ସସ୍ମିତା ସାହୁ ଉପସ୍ଥିତ ଥିଲେ। ପରିଦର୍ଶନ ସମୟରେ ବିଦ୍ୟାଳୟରେ ଚାଲିଥିବା ଅଭିନବ କାର୍ଯ୍ୟକ୍ରମ ଏବଂ ସିଆରସିସିଙ୍କ ମାର୍ଗଦର୍ଶନକୁ ଡେପୁଟି ଡାଇରେକ୍ଟର ଶତପଥୀ ଉଚ୍ଚ ପ୍ରଶଂସା କରିଥିଲେ।

ଆସନ୍ତା ସେପ୍ଟେମ୍ବର ୫ ତାରିଖ (ଗୁରୁ ଦିବସ) ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ୨୦୨୪ ଶିକ୍ଷାବର୍ଷ ପାଇଁ ମନୋନୀତ ବିଦ୍ୟାଳୟଗୁଡ଼ିକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯିବ।

ଏହି ସଫଳତା ପାଇଁ ବିଦ୍ୟାଳୟର ସହକାରୀ ଶିକ୍ଷକ ସବିତ କୁମାର ମହାଲିଙ୍ଗ, ଜୋହନ ବାଗ, ଶର୍ମିଷ୍ଠା ସ୍ୱାଇଁ, ଅମିତା ନାୟକ, ଲଳିତ କୁମାର ମଲ୍ଲିକ, ନିରଞ୍ଜନ ଦେବତା ଓ ସୂର୍ଯ୍ୟ କୁମାର ବରିହା ପ୍ରମୁଖ ଆନନ୍ଦ ପ୍ରକାଶ କରିଛନ୍ତି। ସେହିପରି ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ କୁମାର ପତି, ଏବିଇଓ ଦୟାନିଧି କୈବର୍ତ୍ତ, ଅମଠି ସରପଞ୍ଚ ଲକ୍ଷେ ସିଂ ଥପା, ସମିତି ସଭ୍ୟ ହେମାନନ୍ଦ ଚୌଧୁରୀ ଏବଂ ପଞ୍ଚସଖା ଶିକ୍ଷାସେତୁ ସଭାପତି ଅକ୍ଷୟ ପାଣ୍ଡେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?