ବରଗଡ଼ର ୨ ବାନ୍ଧଶିଳ୍ପୀଙ୍କୁ ସନ୍ଥ କବୀର ହ୍ୟାଣ୍ଡଲୁମ୍‌ ଆୱାର୍ଡ

ବରଗଡ଼଼,୩୦।୭(ପ୍ରେମାନନ୍ଦ ଖମାରୀ):ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ଦ୍ୱାରା ବରଗଡ଼ ଜିଲାର ୨ବାନ୍ଧଶିଳ୍ପୀ(ବୁଣାକାର) ସନ୍ଥ କବୀର ହ୍ୟାଣ୍ଡଲୁମ୍‌ ଆୱାର୍ଡ-୨୦୨୩ ପାଇବା ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବରଗଡ଼ ବାନ୍ଦୁଟିକ୍ରା ନିବାସୀ ରାମକୃଷ୍ଣ ମେହେର ଏବଂ ଅତାବିରା ବ୍ଲକ ଝିଲିମିଣ୍ଡା ଗ୍ରାମର ହରିଲାଲ ମେହେର। ରାମକୃଷ୍ଣ ତାଙ୍କ ଦ୍ୱାରା ପ୍ରସ୍ତୁତ ରାଷ୍ଟ୍ରୀୟ ଏକତା ଶାଢ଼ି ଏବଂ ହରିଲାଲ ତାଙ୍କ ଦ୍ୱାରା ପ୍ରସ୍ତୁତ ସଚିପାର୍‌ ଦଶଫୁଲିଆ ଶାଢ଼ି ପାଇଁ ଏହି ଆୱାର୍ଡ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ଅଗଷ୍ଟ ୭ ତାରିଖ ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସମାରୋହରେ ସେମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବା କାର୍ଯ୍ୟକ୍ରମ ରହିଛି। ରାମକୃଷ୍ଣ ଏହା ପୂର୍ବରୁ ୨୦୧୪ରେ ଷ୍ଟେଟ୍‌ ଆୱାର୍ଡ, ୨୦୧୫ରେ ନ୍ୟାଶନାଲ ଆୱାର୍ଡ, ୨୦୧୬ରେ ରାଷ୍ଟ୍ରୀୟ ଗୌରବ ଆୱାର୍ଡ, ୨୦୧୮ରେ ୱାଲର୍‌ଡ କ୍ରାଫ୍ଟ କାଉନସିଲ ଆୱାର୍ଡ ସମେତ ବିଭିନ୍ନ ପୁରସ୍କାର ପାଇବା ସହ ଅନେକ ସ୍ଥାନରେ ସମ୍ମାନିତ ହୋଇଛନ୍ତି। ସେହିପରି ହରିଲାଲ ପୂର୍ବରୁ ୧୯୮୮ରେ ଷ୍ଟେଟ ଆୱାର୍ଡ, ନ୍ୟାଶନାଲ ଆୱାର୍ଡ, କଳାଶ୍ରୀ ଆୱାର୍ଡ ଏବଂ ବୁଣାକାର ସମ୍ମାନ ମଧ୍ୟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri