ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶବ୍ଦକୋଷ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ନବୀନ ନିବାସଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି। ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରୀଛାତ୍ରଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ୍‌, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ସୂଚନାଯୋଗ୍ୟ, ବିଶିଷ୍ଟ ସାନ୍ତାଳୀ ଭାଷାବିତ୍‌ ଚୈତନ୍ୟ ପ୍ରସାଦ ମାଝି ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି। ତାଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍‌ମାନେ ସହଯୋଗ କରିଥିଲେ। ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି । ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି । ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି । ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଅନ ଲାଇନ୍ରେ ଉପଲବ୍ଧ ହେବ। ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ କୋର୍ସ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରତି ଜିଲାରେ ଭାଷା ଲ୍ୟାବ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଜନଜାତି ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ୫-ଟି ସଚିବଙ୍କ ସମେତ ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୁପାରୋଶନ ସାହୁ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri