ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶବ୍ଦକୋଷ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ନବୀନ ନିବାସଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି। ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରୀଛାତ୍ରଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ୍‌, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ସୂଚନାଯୋଗ୍ୟ, ବିଶିଷ୍ଟ ସାନ୍ତାଳୀ ଭାଷାବିତ୍‌ ଚୈତନ୍ୟ ପ୍ରସାଦ ମାଝି ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି। ତାଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍‌ମାନେ ସହଯୋଗ କରିଥିଲେ। ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି । ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି । ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି । ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଅନ ଲାଇନ୍ରେ ଉପଲବ୍ଧ ହେବ। ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ କୋର୍ସ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରତି ଜିଲାରେ ଭାଷା ଲ୍ୟାବ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଜନଜାତି ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ୫-ଟି ସଚିବଙ୍କ ସମେତ ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୁପାରୋଶନ ସାହୁ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri