ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ ବଂଶଧରମାନେ ଲୁଣା ହେନ୍ତାଳ ଜଙ୍ଗଲ ମଧ୍ୟରେ ବସବାସ କରିଆସୁଛନ୍ତି। ତେବେ ସ୍ୱାଧୀନତାର ଏତେ ବର୍ଷ ପରେ ମଧ୍ୟ ଏହି ଗ୍ରାମରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଥିଲା।

ଏ ସମ୍ପର୍କରେ ଗଣମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ରବିବାର ‘ମିଶନ ଶକ୍ତି’ ବିଭାଗର ଏକ ପ୍ରତିନିଧି ଟିମ୍ ଗ୍ରାମକୁ ଗସ୍ତ କରି ୧୨ ଜଣ ସାନ୍ତାଳୀ ମହିଳାଙ୍କୁ ନେଇ ମା’ ଅଧିଷ୍ଠାତ୍ରୀ ଦେବୀ ‘ଜାହେରଆୟ’ ନାମକ ଏକ ନୂତନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ଗଠନ କରିଛନ୍ତି। ସଭାନେତ୍ରୀ ଭାବେ ରେବତୀ ଟୁଡୁ ଓ ସମ୍ପାଦିକା ଭାବେ ମଲ୍ଲୀ ମାରାଣ୍ଡି ମନୋନୀତ ହୋଇଛନ୍ତି।

ଏହି ଗୋଷ୍ଠୀ ଗଠନ ପରେ ସ୍ଥାନୀୟ ସାନ୍ତାଳୀ ମହିଳାମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସିର ଲହରୀ ଖେଳିଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନଜାତି ବିକାଶ ଯୋଜନାର ସିଧାସଳଖ ଫାଇଦା ଏବେ ଏହି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସେମାନଙ୍କ ପାଖରେ ପହଞ୍ଚିପାରିବ।

ମହିଳାମାନେ ଏବେ ଆତ୍ମନିର୍ଭରଶୀଳ ହେବା ସହ ବିଭିନ୍ନ ସରକାରୀ ସଭାସମିତି ଓ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିବେ ବୋଲି ଗ୍ରାମର ମୁରବୀ ଗୁରୁଭା ହାଁସଦା, ଲବ ମାରାଣ୍ଡି, କୁଶ ମାରାଣ୍ଡି, ଚରଣ ଟୁଡୁ, ଶଙ୍କର ମାରାଣ୍ଡି, ଶିବ ଟୁଡୁ ଓ ସୁନେସ ସୋରେନ ପ୍ରମୁଖ ଆଶାପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?