ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି । ମୃତ ଯୁବକ ଜଣକ ବଗଡା ଗାଁର ସନ୍ତୋଷ ଖର୍ସେଲ (୪୦) ହୋଇଥିବା ବେଳେ ତାଙ୍କୁ ବିଭତ୍ସ ହତ୍ୟା କରାଯାଇଥିବା ଜଣାପଡିଛି ।

ତାଙ୍କ ମୁଣ୍ଡ ଓ ଗଣ୍ଡିକୁ ଅଲଗା କରିଦିଆଯାଇଛି । ଏହି ହତ୍ୟାକାଣ୍ଡ ଘଟଣାରେ ପୋଲିସ ସେହି ଗାଁର ଶତ୍ରୁଘ୍ନ ସାହୁଙ୍କୁ ଅଟକ ରଖିଥିବା ଜଣାପଡ଼ିଛି । ମୁଣ୍ଡଟି ଶତ୍ରୁଘ୍ନଙ୍କ ଘରୁ ମିଳିଛି ।  ତେବେ ଏହି ଘଟଣା ପରେ ସନ୍ତୋଷଙ୍କୁ ବଳି ଦିଆଯାଇଥିବା ନେଇ ଚର୍ଚ୍ଚା ହେଉଛି ।  ପୋଲିସ ଓ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ସାଜିଛି ।

 

Dharitri – Odisha’s No.1 Odia Daily

Share