ସନ୍ତୋଷ ତ୍ରିପାଠୀ ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ଏକ ଆଦେଶନାମା ଜାରି ହୋଇଛି। ପ୍ରଫେସର
ତ୍ରିପାଠୀ ୪ବର୍ଷ ପାଇଁ କୁଳପତି ପଦରେ ରହିବେ। କାର୍ଯ୍ୟଭାର ଗ୍ରହଣ କରିବା ଦିନଠାରୁ ଓ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସେ କୁଳପତି ଦାୟିତ୍ୱ ତୁଲାଇବେ। ପ୍ରଫେସର ତ୍ରିପାଠୀ ଉତ୍କଳ ବିଶ୍ୱବିଦ୍ୟାଳୟର ପର୍ସନେଲ ମ୍ୟାନେଜମେଣ୍ଟ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିଲେସନ୍ସ (ପିଏମ୍‌ ଆଣ୍ଡ୍‌ ଆଇଆର୍‌) ବିଭାଗର ପ୍ରଫେସର ଭାବେ କାର୍ଯ୍ୟ କରୁଥିଲେ। ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ୩୦ ବର୍ଷରୁ ଊର୍ଦ୍ଧ୍ୱ ଅଭିଜ୍ଞତା ରହିଛି। ସେ ପ୍ରାୟ ୧୩ଟି ପୁସ୍ତକ ରଚନା ଓ ସମ୍ପାଦନା କରିଛନ୍ତି। ସେହିପରି ୧୭ ପିଏଚ୍‌ଡି ଏବଂ ୪୦ ଏମ୍‌ଫିଲ୍‌ ସ୍କଲାରଙ୍କୁ ଗାଇଡ୍‌ କରିଛନ୍ତି। ସେ ୧୯୮୪ରେ ପିଜିରେ ପ୍ରଥମ ସ୍ଥାନ ହାସଲ କରି ବିଶ୍ୱବିଦ୍ୟାଳୟ ସ୍ବର୍ଣ୍ଣ ପଦକ ପାଇଥିଲେ। ଏହି ସଫଳତା ପାଇଁ ତାଙ୍କୁ ୧୯୮୫ରେ ଏନ୍‌ଆଇପିଏମ୍‌ ପୁରସ୍କାର ମିଳିଥିଲା। ସେ ୨୦୦୨ରୁ ୨୦୦୫ ପର୍ଯ୍ୟନ୍ତ ୟୁଜିସି ରିସର୍ଚ୍ଚ ଆଓ୍ବାର୍ଡ ମଧ୍ୟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri