Posted inଖେଳ

ଭୁବନେଶ୍ୱରରେ ସନ୍ତୋଷ ଟ୍ରଫି

ନୂଆଦିଲ୍ଲୀ, ୨୬।୧୧ (ପି.ଟି.): ଜାତୀୟ ଫୁଟବଲ ଚାମ୍ପିୟନଶିପ୍‌ ସନ୍ତୋଷ ଟ୍ରଫିର ୭୬ତମ ସଂସ୍କରଣ ଡିସେମ୍ବର ୨୩ରୁ ଆରମ୍ଭ ହେବ। ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ) ଏଥର ୩ ଭେନ୍ୟୁ ଭୁବନେଶ୍ୱର, ଦିଲ୍ଲୀ ଏବଂ କୋଝିକୋଡେରେ ମ୍ୟାଚ ଗୁଡ଼ିକ କରାଇବାକୁ ନିଷ୍ପତ୍ତି ନେଇଛି। ଗ୍ରୁପ୍‌-୫ର ମ୍ୟାଚ ଗୁଡ଼ିକ ଭୁବନେଶ୍ୱରରେ ଡିସେମ୍ବର ୨୪ରୁ ଜାନୁୟାରୀ ୧ ପର୍ଯ୍ୟନ୍ତ ଖେଳାଯିବ। ଏହି ଗ୍ରୁପ୍‌ରେ ଓଡ଼ିଶା ସମେତ ମେଘାଳୟ, ସିକିମ, ତେଲେଙ୍ଗାନା ପଣ୍ଡିଚେରୀ ଓ ଆଣ୍ଡାମାନ ଆଣ୍ଡ ନିକୋବର ରହିଛି। ଗ୍ରୁପ୍‌-୧ ମ୍ୟାଚ ଦିଲ୍ଲୀରେ ଡିସେମ୍ବର ୨୩ରୁ ୩୧ ପର୍ଯ୍ୟନ୍ତ ହେବ। ଏଠାରେ କର୍ନାଟକ, ଦିଲ୍ଲୀ, ଗୁଜରାଟ, ଉତ୍ତରାଖଣ୍ଡ, ତ୍ରିପୁରା ଓ ଲଦାଖ ମ୍ୟାଚ ଖେଳିବେ। ଡିସେମ୍ବର ୨୬ରୁ ଜାନୁୟାରୀ ୮ ପର୍ଯ୍ୟନ୍ତ କୋଝିକୋଡେରେ ଗ୍ରୁପ୍‌-୨ର ମ୍ୟାଚ ଗୁଡ଼ିକ କେରଳ, ମିଜୋରାମ, ରାଜସ୍ଥାନ, ବିହାର, ଆନ୍ଧ୍ର ପ୍ରଦେଶ ଓ ଜମ୍ମୁ-କଶ୍ମୀର ମଧ୍ୟରେ ଖେଳାଯିବ। ଗ୍ରୁପ୍‌ ୩, ୪ ଓ ୬ କମ୍ପୋଜିଶନ ପରେ ଘୋଷଣା ହେବ। ୩୬ଟି ରାଜ୍ୟ ଦଳକୁ ୬ଟି ଗ୍ରୁପ୍‌ରେ ବିଭକ୍ତ କରାଯିବ। ପ୍ରତି ଗ୍ରୁପ୍‌ର ଟପ୍ପର ଏବଂ ପରବର୍ତ୍ତୀ ଶ୍ରେଷ୍ଠ ୩ଟି ଦ୍ୱିତୀୟ ସ୍ଥାନୀୟ ଦଳ ଫାଇନାଲ ରାଉଣ୍ଡ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଆୟୋଜକ ଦଳ ସହ ରେଲଓ୍ବେ ଓ ସର୍ଭିସେସ ସିଧାସଳଖ ଏଣ୍ଟ୍ରି ପାଇବେ।

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri