କୋମାରେ ସନ୍ତୋଷପୁର ସ୍ବାସ୍ଥ୍ୟକେନ୍ଦ୍ର: ୧୦ବର୍ଷ ହେଲା ନାହାନ୍ତି ଡାକ୍ତର

ରୂପ୍‌ସା, ୬ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନରେ ଥିବା ସନ୍ତୋଷପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ କୌଣସି ଡାକ୍ତର ନିଯୁକ୍ତି ହେଉ ନ ଥିବାରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜଣେ ଫାର୍ମାସିଷ୍ଟ, ଜଣେ ପିଅନ ଓ ସ୍ବାସ୍ଥ୍ୟସେବିକାଙ୍କ ଦ୍ୱାରା କାମଚଳା ରୋଗୀସେବା ଚାଲୁଥିବାରୁ ଏହି ସ୍ବାସ୍ଥ୍ୟକେନ୍ଦ୍ର ଏବେ କୋମା ଅବସ୍ଥାରେ ରହିଛି। ପ୍ରତିବାଦରେ ସ୍ଥାନୀୟ ଜୀବନସାଥି ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଆସନ୍ତା ୧୦ତାରିଖରୁ ଆମରଣ ଅନଶନ କରାଯିବ ବୋଲି ସଙ୍ଗଠନ ସଭାପତି ଦେବେନ୍ଦ୍ର ବେହେରା, ସମ୍ପାଦକ ଇଂ. ଦୀପ୍ତିମାନ ପତିଙ୍କ ସମେତ କର୍ମକର୍ତ୍ତା ଚେତାବନୀ ଦେଇଛନ୍ତି।

ଅନ୍ତର୍ଗତ ସନ୍ତୋଷପୁର, ଭେଲୋରା, କୁଳିଦା ଆଦି ପଞ୍ଚାୟତ ସମେତ ପଡ଼ୋଶୀ ମୟୂରଭଞ୍ଜ ଜିଲାର ୨୫ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରଶୀଳ। ମାତ୍ର ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ ଏଠାରେ କୌଣସି ସ୍ଥାୟୀ ଡାକ୍ତର ନାହାନ୍ତି। ଜଣେ ଫାର୍ମାସିଷ୍ଟ ସପ୍ତାହକୁ କେବଳ ୩ଦିନ ଆସନ୍ତି। ଜଣେ ପିଅନ ଓ ଜଣେ ସ୍ବାସ୍ଥ୍ୟସେବିକା ସ୍ବାସ୍ଥ୍ୟସେବାକୁ ପରିଚାଳନା କରିଥାନ୍ତି। ଫଳରେ ଅନ୍ୟ ଉପାୟ ନ ପାଇ ଜରୁରୀ ପରିସ୍ଥିତିରେ ରୋଗୀମାନେ କ୍ୱାକଙ୍କ ଦ୍ୱାରା ଚିକିତ୍ସିତ ହୋଇ ଶୋଷଣର ଶିକାର ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସମ୍ପାଦକ ଇଂ. ଦୀପ୍ତିମାନ ପତି କହନ୍ତି, ସ୍ବାସ୍ଥ୍ୟକେନ୍ଦ୍ର ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ। ୨୦୧୩ରେ ଓଡ଼ିଶା ସରକାରଙ୍କ ଦ୍ୱାରା ୬ଶଯ୍ୟା ବିଶିଷ୍ଟ ନୂତନ ପକ୍କା ଗୃହ ନିର୍ମାଣ କରାଯାଇଛି। ରାଜପଥ ଦୁର୍ଘଟଣାରେ ଶିକାର ବ୍ୟକ୍ତିମାନେ ଜରୁରୀ ସେବା ନ ପାଇ ମୃତ୍ୟୁବରଣ କରୁଛନ୍ତି।

ଦେବେନ୍ଦ୍ର ବେହେରା କହନ୍ତି, ଡାକ୍ତର ନିଯୁକ୍ତି ପାଇଁ ବାରମ୍ବାର ଦାବି କରିଆସୁଥିଲେ ହେଁ କୌଣସି ସୁଫଳ ମିଳୁନାହିଁ। ଏନେଇ ଗତ ନଭେମ୍ବର ୨୪ରେ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ, ସ୍ବାସ୍ଥ୍ୟସଚିବ, ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ଲିଖିତ ଭାବେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ନ ହେଲେ ଆସନ୍ତା ୧୦ରୁ ଆମରଣ ଅନଶନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଳସେନ ଜଗଦେବଙ୍କୁ ପଚାରିବାରୁ ସେ କହିଲେ, ଅଭିଯୋଗ ଆସିଛି। ଡାକ୍ତର ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଆଯାଉଛି। ଖୁବ୍‌ଶୀଘ୍ର ସପ୍ତାହକୁ ୨/୩ଦିନ ପାଇଁ କୌଣସି ଡାକ୍ତରଙ୍କୁ ଡେପୁଟେଶନରେ ପଠାଯିବାର ବ୍ୟବସ୍ଥା ହେବ।

ବାଞ୍ଛାନିଧି ଦେ


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri