ସାପଲତା ପାଲଟିଛି ଦର୍ଶନୀୟ ସ୍ଥାନ

କେନ୍ଦୁଝର, ୨୯।୧(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ନେକଡା ଘର (ଜାମୁନାଳିଆ) ନିକଟରେ ଜାତୀୟ ରାଜପଥ ୨୦ କଡ଼ରେ ରହିଛି ପ୍ରକୃତିଦତ୍ତ ସାପଲତା ପଥର ଚଟାଣ ା ଏହ ପଥର ଚଟାଣ ପ୍ରାୟ ୨୫ ଏକର ପରିମିତ ଅଞ୍ଚଳ ବ୍ୟାପିଥିବା କୁହାଯାଉଛି। ତେବେ ଏହି ଚଟାଣ ଚାରିପଟେ ରହିଛି ଶାଳ ଜଙ୍ଗଲ। ଏଠାରେ ରହିଛି ସାପଲତେଶ୍ୱର ମହାଦେବ ଦେବସ୍ଥଳୀ ା ଏଠାରେ ଥିବା ପ୍ରାୟ ୨୦ ଫୁଟ ଉଚ୍ଚ ସାପ ଫଣା ଆକୃତିର ପଥର ଏବଂ ଚଟାଣ ଉପରେ ଥିବା ଗୁମ୍ଫା ପ୍ରମୁଖ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। କୁହାଯାଏ ଏହି ପଥର ତଳେ ଏକ ବିଶାଳ କାୟ ସାପ ରହିଛି। ଉକ୍ତ ଅଞ୍ଚଳର ସୁରକ୍ଷା ପାଇଁ ଏଠାରେ ରହି ପଥର ପାଲଟି ଯାଇଥିବା ପୁରୁଣା ଲୋକଙ୍କ ବିଶ୍ୱାସ ରହିଛି ା ତେବେ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ଏହା ଚାରିପାଖରେ ଥିବା ଜଙ୍ଗଲର ବଳୟ ପରିବେଶକୁ ଅଧିକ ସୌନ୍ଦର୍ଯ୍ୟମୟ କରିଥାଏ। ଏହି ଜଙ୍ଗଲର ସୁରକ୍ଷା ପାଇଁ ଗ୍ରାମବାସୀ ବହୁ ବର୍ଷ ଧରି ଲାଗିରହିଛନ୍ତି ା ଏଣୁ ଏହି ସ୍ଥାନର ସୁରକ୍ଷା ପାଇଁ ସ୍ଥାନୀୟ କଳା ଓ ସଂସ୍କୃତି ରୁଚି ରଖିଥିବା ବ୍ୟକ୍ତିଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି ା ଏହା ଚାରିପାଖରେ ବହୁ ଛୋଟ ଛୋଟ ଗୁମ୍ଫା ରହିଛି। ଏହି ସ୍ଥାନଟି ବୁଲିବା ସହ ଭୋଜିଭାତ କରିବା ପାଇଁ ପ୍ରକୃଷ୍ଟ ସ୍ଥାନ ହୋଇଥିବାରୁ ଏହାକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ଦେବାକୁ ଦାବି କରାଯାଇଛି। ଏହି ସ୍ଥାନରେ ଔଷଧୀୟ ବୃକ୍ଷ ରୋପଣ କରିବା ସହ ଉନ୍ନତୀକରଣ କରାଗଲେ ଏକ ଭଲ ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ ହୋଇ ପାରିବ ଏବଂ ଏହା ଦ୍ୱାରା ସ୍ଥାନୀୟ ଅଞ୍ଚଳବାସୀ ରୋଜଗାର ପାଇବା ସହ ପରିବେଶର ସୁରକ୍ଷା ହୋଇପାରିବ ବୋଲି କବିରାଜ ବିଶାରଦ ହରେକୃଷ୍ଣ ମହାନ୍ତ କହିଛନ୍ତି। ସେହିପରି ଏହାକୁ ଇକୋ-ଟୁରିଜିମର ମାନ୍ୟତା ଦେବାକୁ କମିଟିର ସଭାପତି ନିରଞ୍ଜନ ମହାକୁଡ, ସମ୍ପାଦକ ପ୍ରସନ୍ନ କୁମାର ଦାସ, ଭାଗବତ ମହାକୁଡ, ପ୍ରହଲ୍ଲାଦ ଜେନା ପ୍ରମୁଖ ଦାବି କରିବା ସହ ଏହାର ବିକାଶ କରିବାକୁ ଡିଏଫ୍‌ଓ କେନ୍ଦୁଝର ଓ ଜିଲା ସଂସ୍କୃତି ତଥା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାୟକଙ୍କୁ ନିବେଦନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri