ରାଜନୀତି ବିଜ୍ଞାନରେ ପାଠ ପଢୁଥିଲେ ଏହି ଅଭିନେତ୍ରୀ, ମାତ୍ର ୩ଟି ଫିଲ୍ମରେ ବଦଳିଗଲା କ୍ୟାରିୟର୍‌

ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ବୁଧବାର ୨୫ ତମ ଜନ୍ମଦିନ ପାଳନ କରୁଛନ୍ତି। ସୈଫ ଅଲି ଖାନ ଏବଂ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ ଭଲ ଛାତ୍ରୀ ଥିଲେ। ଛାତ୍ରାବସ୍ଥାରେ ବହୁତ ମୋଟା ଥିଲେ। ତେବେ ବଲିଉଡରେ ପ୍ରବେଶ କରିବା ପୂର୍ବରୁ ସେ କଠିନ ପରିଶ୍ରମ କରି ନିଜ ଓଜନ କମାଇଥିଲେ। ସାରା ନ୍ୟୁୟର୍କର କଲମ୍ବିଆ ବିଶ୍ୱବିଦ୍ୟାଳୟରୁ ଇତିହାସ ଏବଂ ରାଜନୈତିକ ବିଜ୍ଞାନ ଅଧ୍ୟୟନ କରିଛନ୍ତି। ଅଧ୍ୟୟନ ସମାପ୍ତ କରିବା ପରେ ସାରା ଦେଢବର୍ଷ ଓଜନ କମାଇବା ପାଇଁ ଚେଷ୍ଟା କରିଥିଲେ। ପ୍ରଶିକ୍ଷଣ ନେଇଥିଲେ ଏବଂ ନିଜକୁ ସମ୍ପୂର୍ଣ୍ଣ ରୂପେ ବଦଳାଇ ଦେଇଥିଲେ। ସାରା ସୁଶାନ୍ତ ସିଂଙ୍କ ଅଭିନୀତ ଚଳଚ୍ଚିତ୍ର କେଦାରନାଥରେ ବଲିଉଡରେ ପ୍ରବେଶ କରିଥିଲେ। ଅଭିଷେକ କପୁରଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ସାରା ଅଲି ଖାନ ମହିଳା ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ।
ପ୍ରଥମ ଚଳଚ୍ଚିତ୍ରରେ ଅଭିଷେକ ସାରଙ୍କ କାର୍ଯ୍ୟକୁ ଏତେ ପସନ୍ଦ କରିଥିଲେ ଯେ ସେ ସିମ୍ବା ଚଳଚ୍ଚିତ୍ର ପାଇଁ ରୋହିତ ଶେଟ୍ଟୀଙ୍କୁ ସାରାଙ୍କ ନାଁ ସୁପାରିଶ କରିଥିଲେ। ରୋହିତ ସାରାଙ୍କୁ ଅଫର ଦେଇଥିଲେ। ରଣବୀର ସିଂ ଷ୍ଟାରର ଫିଲ୍ମ ସିମ୍ବା ସାରାଙ୍କର ଦ୍ୱିତୀୟ ଚଳଚ୍ଚିତ୍ର ହୋଇଥିଲା। ସାରାଙ୍କ ତୃତୀୟ ଚଳଚ୍ଚିତ୍ର ଥିଲା ଲଭ ଆଜ କାଲ ଯେଉଁଥିରେ ସେ କାର୍ତ୍ତିକ ଆର୍ଯ୍ୟାନଙ୍କ ସହ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଯଦିଓ ଚଳଚ୍ଚିତ୍ରଟି ଏତେ ହିଟ ନ ଥିଲା, କିନ୍ତୁ ଏହି ଯୋଡିଙ୍କୁ ଦର୍ଶକ ପସନ୍ଦ କରିଥିଲେ। ଏବେ ସାରା ବଲିଉଡ୍‌ର ଆଗଧାଡିର ନାୟିକା ଭାବେ ଗଣା ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri