ନୂଆ ଜାଗା ଖୋଜୁଛନ୍ତି ସାରା

ମୁମ୍ବାଇ: ସାରା ଅଲି ଖାଁ। ବଲିଉଡ ଷ୍ଟାର କିଡ ପୁଣି ବି-ଟାଉନର ଜଣେ ଆଗଧାଡିର ନାୟିକା। ସବୁବେଳେ ସେ କିଛି ନା କିଛି କାରଣ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବାରେ ମାହିର। ନିକଟରେ ଅଭିନେତ୍ରୀଙ୍କୁ ଏକ ରେସ୍ତୋରାଁରେ ଏଣ୍ଟ୍ରି କରୁଥିବା ଦେଖାଯାଇଥିଲା। ସେଠାରେ ସେ କ୍ୟାମେରା ସାମ୍ନାରେ ପୋଜ ଦେବା ସହ ସ୍ମାଇଲ ବି କରିଥିଲେ। ଏବେ ଅଭିନେତ୍ରୀଙ୍କୁ ଏକ ବିଲଡିଂ ଭିତରୁ ବାହାରକୁ ଆସୁଥିବା ଦେଖାଯାଇଥିଲା। ଆଉ ଏତିକି ବେଳେ ତାଙ୍କ ସାଙ୍ଗରେ ଥିଲେ ମାଆ ଅମୃତା ସିଂ। ଶୁଣିବାକୁ ମିଳିଛି କି ସାରା ଏବେ ତାଙ୍କ ଅଫିସ ପାଇଁ ନୂଆ ଜାଗା ଖୋଜୁଛନ୍ତି।
ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଥିବା ବେଳେ ଏଥିରେ ତାଙ୍କୁ ବିନା ମେକଅପରେ ଦେଖିବାକୁ ମିଳିଥିଲା। ସବୁଥର ପରି ଏଥର ବି ସେ ଖୁବ ରିଫ୍ରେସିଙ୍ଗ ଲାଗୁଥିଲେ।
ସାରାଙ୍କ ପ୍ରଫେସନାଲ ଲାଇଫ କଥା କହିଲେ ନିକଟରେ ସେ ଶେଷ ଥର ପାଇଁ ଭିକ୍କି କୌଶଲଙ୍କ ସହ ‘ଜରା ହଟକେ ଜରା ବଚକେ’ରେ ନଜର ଆସିଥିଲେ। ଫିଲ୍ମର ନିର୍ଦ୍ଦେଶନା ଲକ୍ଷ୍ମଣ ଉଲଟେକର ଦେଇଥିଲେ। ଏହି ମୁଭିକୁ ଦର୍ଶକେ ଖୁବ ପସନ୍ଦ ବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri