Posted inଖେଳ

ଶୁବମନ ଗିଲଙ୍କୁ ଡେଟ କରୁଛନ୍ତି ସାରା ତେନ୍ଦୁଲକର! ଭାଇରାଲ ଭିଡିଓରେ ଲାଗିଲା ମୋହର!

ନୂଆଦିଲ୍ଲୀ,୨୧।୧: ପୂର୍ବତନ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବଂ ଶୁବମନ ଗିଲଙ୍କ ଡେଟିଂ ଗୁଜବ ଦୀର୍ଘ ଦିନ ଧରି ଚର୍ଚ୍ଚାର ବିଷୟ ପାଲଟିଛି। କିନ୍ତୁ ଏହି ଗୁଜବରେ କେତେ ସତ୍ୟତା ଅଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଶୁବମନ ଗିଲ ଏବଂ ସାରା ତେନ୍ଦୁଲକର ପ୍ରକୃତରେ ପରସ୍ପରକୁ ଡେଟ କରୁଛନ୍ତି କି ନା ତାହା ଜଣାନାହିଁ। ଏହାରି ଭିତରେ ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହା ପରେ ସୋସିଆଲ ମିଡିଆରେ ଲୋକମାନେ କହିଛନ୍ତି ଯେ ଶୁବମାନ ଗିଲ ପ୍ରକୃତରେ ସାରା ତେନ୍ଦୁଲକରଙ୍କୁ ଡେଟ କରୁଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ଶୁବମନ ଗିଲଙ୍କ ଭଉଣୀ ଶାହନିଲ ଗିଲ ଏବଂ ସାରା ତେନ୍ଦୁଲକରଙ୍କୁ ଦେଖିବାକୁ ମିଳିଛି। ସାରା ତେନ୍ଦୁଲକର ଏବଂ ଶାହନିଲ ରବିବାର ପାପାଜାଜିଙ୍କ ନଜରକୁ ଆସିଥିଲେ। ଆହୁରି ମଧ୍ୟ, ଉଭୟଙ୍କ ଅନେକ ଫଟୋ କ୍ରମାଗତ ଭାବରେ ଭାଇରାଲ ହେଉଛି । ଏହି ଭିଡିଓରେ ସାରା ତେନ୍ଦୁଲକର ଏକ ସୁନ୍ଦର କଳା ରଙ୍ଗର ପୋଷାକରେ ନଜର ଆସିଛନ୍ତ। ଶାହନିଲ ଏକ ଷ୍ଟାଇଲିସ ଧୂସର ରଙ୍ଗର ଟପ ପିନ୍ଧିଥିବା ଦେଖାଯାଇଛନ୍ତି। ତେବେ ଏହି ଭିଡିଓ ସାମ୍ନାକୁ ଆସିବା ପରେ ଗୁଜବ ବୃଦ୍ଧି ପାଇବାରେ ଲାଗିଛି।
ଭାଇରାଲ  ଭିଡିଓରେ ସାରା ତେନ୍ଦୁଲକର ମୁହଁ ଲୁଚାଇଥିବାର ନଜର ଆସିଛନ୍ତି। ବାସ୍ତବରେ ସାରା ତେନ୍ଦୁଲକର କ୍ୟାମେରାକୁ ଏଡ଼ାଇବାକୁ ଚାହୁଁଛନ୍ତି। ବର୍ତ୍ତମାନ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସୋସିଆଲ ମିଡିଆ ବ୍ୟବହାରକାରୀମାନେ କ୍ରମାଗତ ଭାବରେ ସେମାନଙ୍କର ମତାମତ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri