Posted inଖେଳ

ପ୍ରେମିକଙ୍କ ଭିଡିଓ ଛାଡିଲେ ସଚିନ ତେନ୍ଦୁଲକରଙ୍କ ଝିଅ, ଆଉ ତା’ପରେ

କ୍ରିକେଟ ତାରକା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଅଧିକାଂଶ ସମୟରେ ତାଙ୍କ ସୌନ୍ଦର୍ଯ୍ୟ ନେଇ ଚର୍ଚ୍ଚାରେ ଥାନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କ ଫାନ୍‌ ଫଲୋଇଙ୍ଗ୍‌ ଅଛନ୍ତି। ସେ ନିଜ ଲୁକ୍ସ ଦ୍ବାରା ବଲିଉଡ ଅଭିନେତ୍ରୀଙ୍କୁ ଟକ୍କର ଦିଅନ୍ତି। ତେବେ ସାରାଙ୍କ ଲଭ ଲାଇଫକୁ ନେଇ ଅନେକ ପ୍ରଶ୍ନ ଉଠେ ଓ ଚର୍ଚ୍ଚା ମଧ୍ୟ ହୁଏ। କିନ୍ତୁ ଏଥର ତାଙ୍କ ନାଁ କୌଣସି ଫିଲ୍ମ ଷ୍ଟାର ସହ ନୁହଁ ବରଂ ଜଣେ କ୍ରିକେଟ ତାରକାଙ୍କ ସହ ଯୋଡା ଯାଇଛି। ଅଣ୍ଡର ୧୯ କ୍ରିକେଟ ବିଶ୍ୱକପ୍‌ ଚାମ୍ପିୟନ ଷ୍ଟାର ଖେଳାଳି ଶୁଭମନ ଗିଲଙ୍କ ନାଁ ସଚିନଙ୍କ ଲାଡଲି ସାରା ସହ ଯୋଡା ଯାଉଛି। ଆଇପିଏଲ ୨୦୨୦ ସମୟରେ ଇନଷ୍ଟାଗ୍ରାମ ଷ୍ଟୋରୀରେ ଏକ ଶର୍ଟ କ୍ଲିପ ଶେୟାର କରିଥିଲେ ସାରା। ଯାହାକୁ ନେଇ ଚର୍ଚ୍ଚା ହେଉଛି। ସାରା ଶେୟାର କରିଥିବା ଭିଡିଓରେ ଶୁଭମାନ ଗିଲ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟ କୁମାର ଯାଦବଙ୍କ ଏକ ଶର୍ଟକୁ ରୋକିବାକୁ ଚେଷ୍ଟା କରୁଛନ୍ତି। ଏହି ପୋଷ୍ଟକୁ ‘ଦିଲ ଇମୋଜି’ ସହିତ ସେ ଶେୟାର କରିଛନ୍ତି। ପରେ ଉଭୟଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ପରେ ଅବଶ୍ୟ ସାରା ଏହି ପୋଷ୍ଟକୁ କାଟିଦେଇଥିଲେ। ପୂର୍ବରୁ ମଧ୍ୟ ଉଭୟଙ୍କୁ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri