Posted inଖେଳ

ଶୁଭମନ ଗିଲ ଶତକ ନ କରିବାରୁ ସାରା ତେନ୍ଦୁଲକରଙ୍କୁ ଲାଗିଲା ଝଟକା, ଭାଇରାଲ ହେଉଛି ରିଆକ୍ସନ

ନୂଆଦିଲ୍ଲୀ,୨।୧୧: ଓଡିଆଇ ବିଶ୍ୱକପ ୨୦୨୩ରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଶୁଭମନ ଗିଲ ଶତକରୁ ବଞ୍ଚିତ ହୋଇଥିଲେ। ଗିଲଙ୍କ ଇନିଂସ ୯୨ରନରେ ଶେଷ ହୋଇଥିଲା। ପ୍ରଥମ ଥର ପାଇଁ ଏହା ଘଟିଥିଲା ଯେତେବେଳେ ଗିଲ ୯୦ ରୁ ଅଧିକ ସ୍କୋର କରିବା ପରେ ଶତକରେ ପହଞ୍ଚିପାରି ନ ଥିଲେ। ଏହି ବିଶ୍ୱକପ ମ୍ୟାଚ ମୁମ୍ବାଇର ୱାନଖେଡେ ଷ୍ଟାଡିୟମରେ ଖେଳାଯାଉଛି। ଷ୍ଟାଡିୟମରେ ଉପସ୍ଥିତ ପ୍ରଶଂସକମାନେ ଗିଲଙ୍କ ଆଉଟକୁ ନେଇ ଅତ୍ୟନ୍ତ ନିରାଶ ହୋଇଥିଲେ ଏବଂ ଏହି ସମୟରେ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କ ଆଶ୍ଚର୍ଯ୍ୟଜନକ ପ୍ରତିକ୍ରିୟା ଭାଇରାଲ ହୋଇଥିଲା।

ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଶୁଭମନ ଗିଲଙ୍କ ଆଉଟ ପରେ ସାରା ତେନ୍ଦୁଲକରଙ୍କ ଆଶ୍ଚର୍ଯ୍ୟଜନକ ପ୍ରତିକ୍ରିୟା ଦୃଶ୍ୟମାନ ହେଉଛି। ଇନିଂସର ୩୦ତମ ଓଭରର ଶେଷ ବଲରେ ଦିଲଶାନ ମଦୁଶଙ୍କାଙ୍କ ଦ୍ୱାରା ଗିଲ ଆଉଟ ହେଉଛନ୍ତି। ଗିଲ ତାଙ୍କ ୯୨ ଇନିଂସରେ ୧୧ଚୌକା ଓ ୨ ଛକା ମାରିଥିଲେ। ଏଥିରେ ଆଶ୍ଚର୍ଯ୍ୟ ଜନକ ଭାବେ ଜନତା ମଧ୍ୟ ଗିଲଙ୍କୁ ତାଙ୍କର ଉଜ୍ଜ୍ୱଳ ଇନିଂସ ପାଇଁ ଷ୍ଟାଣ୍ଡିଂ ଓବେଶନ ଦେଇଥିଲେ, ଯେଉଁଥିରେ ସାରା ତେନ୍ଦୁଲକର ଅନ୍ତର୍ଭୁକ୍ତ ହୋଇଥିଲେ। ସାରା ଗିଲଙ୍କୁ ଦେଇଥିବା ଷ୍ଟାଣ୍ଡିଂ ଓବେଶନର ଫଟୋ ମଧ୍ୟ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri