ଭୁବନେଶ୍ୱର,୨୯।୧୦ (ବ୍ୟୁରୋ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗୁରୁବାର ‘ସର୍ଗି ଫୁଲ’ ଉଦ୍ଘାଟିତ ହୋଇଯାଇଛି। ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଉଦ୍ଘାଟନ କରି ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗୀତା ମନୋଭାବ ସୃଷ୍ଟି କରିବା ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା ପିଲାମାନଙ୍କୁ ବିଦ୍ୟାଳୟକୁ ଫେରାଇ ଆଣି ସେମାନଙ୍କର ସୃଜନ ଶକ୍ତିର ବିକାଶ କରିବାରେ ସର୍ଗିଫୁଲ ସହାୟକ ହେବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମ ଉଭୟ ଭର୍ଚୁଆଲ୍ ଓ ବିଦ୍ୟାଳୟ ପରିସରରେ ଆୟୋଜନ ହେବ। ଚଳିତବର୍ଷ ବିଷୟବସ୍ତୁ ହେଉଛି ‘ଆଜାଦି କା ଅମୃତ ମହୋତ୍ସବ- ଭାରତୀୟ ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି’। କାର୍ଯ୍ୟକ୍ରମରେ ୧୦ଟି ଇଭେଣ୍ଟରେ ପ୍ରତିଯୋଗୀତା ଆୟୋଜନ ହେବ। ସିନିୟର, ସୁପର ସିନିଅର, ଜୁନିଅର ଓ ସବ୍ଜୁନିଅର ଗ୍ରୁପ୍ରେ ଏହି ପ୍ରତିଯୋଗୀତା କରାଯିବ ବୋଲି ସୂଚନା ଦିଆଯାଇଛି।
ଉଦ୍ଘାଟନ ଉତ୍ସବରେ ବିଭାଗୀୟ ସ୍ବତନ୍ତ୍ର ସଚିବ ବିଶ୍ୱରଞ୍ଜନ ସାସମଲ, ବିଭାଗୀୟ ନିର୍ଦ୍ଦେଶିକା (ଏସ୍ଟି) ତଥା ସିଇଓ ଓଟିଡିଏସ୍ ଗୁହା ପୁନମ୍ ତାପସ କୁମାର, ଏସ୍ସିଏସ୍ଟିଆର୍ଟିଆଇ ନିର୍ଦ୍ଦେଶକ ପ୍ରଫେସର ଡ. ଅଖିଳ ବିହାରୀ ଓତା, ପିଏଆଇଟିଡିଏ, ଜିଲା ମଙ୍ଗଳ ଅଧିକାରୀ, ସ୍କୁଲ ସିଆଇ ଡିଆଇ, ଡବ୍ଲ୍ୟୁଇଓ, ଇଏମଆରଏସ୍ ପ୍ରିନ୍ସିପାଲ, ସ୍କୁଲ ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରୀଛାତ୍ର ଓ ଅତିଥିମାନେ ଯୋଗଦେଇଥିଲେ।
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ
ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ପୂର୍ବତନ ବାୟୁସେନା ଅଧିକାରୀ ଗିରଫ
ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ରିକି କେଜ୍ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ
ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍ କଭର ଚୋରି...
ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…
ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
Archives


