ଭୁବନେଶ୍ୱର,୨୯।୧୦ (ବ୍ୟୁରୋ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗୁରୁବାର ‘ସର୍ଗି ଫୁଲ’ ଉଦ୍ଘାଟିତ ହୋଇଯାଇଛି। ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଉଦ୍ଘାଟନ କରି ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗୀତା ମନୋଭାବ ସୃଷ୍ଟି କରିବା ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା ପିଲାମାନଙ୍କୁ ବିଦ୍ୟାଳୟକୁ ଫେରାଇ ଆଣି ସେମାନଙ୍କର ସୃଜନ ଶକ୍ତିର ବିକାଶ କରିବାରେ ସର୍ଗିଫୁଲ ସହାୟକ ହେବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମ ଉଭୟ ଭର୍ଚୁଆଲ୍ ଓ ବିଦ୍ୟାଳୟ ପରିସରରେ ଆୟୋଜନ ହେବ। ଚଳିତବର୍ଷ ବିଷୟବସ୍ତୁ ହେଉଛି ‘ଆଜାଦି କା ଅମୃତ ମହୋତ୍ସବ- ଭାରତୀୟ ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି’। କାର୍ଯ୍ୟକ୍ରମରେ ୧୦ଟି ଇଭେଣ୍ଟରେ ପ୍ରତିଯୋଗୀତା ଆୟୋଜନ ହେବ। ସିନିୟର, ସୁପର ସିନିଅର, ଜୁନିଅର ଓ ସବ୍ଜୁନିଅର ଗ୍ରୁପ୍ରେ ଏହି ପ୍ରତିଯୋଗୀତା କରାଯିବ ବୋଲି ସୂଚନା ଦିଆଯାଇଛି।
ଉଦ୍ଘାଟନ ଉତ୍ସବରେ ବିଭାଗୀୟ ସ୍ବତନ୍ତ୍ର ସଚିବ ବିଶ୍ୱରଞ୍ଜନ ସାସମଲ, ବିଭାଗୀୟ ନିର୍ଦ୍ଦେଶିକା (ଏସ୍ଟି) ତଥା ସିଇଓ ଓଟିଡିଏସ୍ ଗୁହା ପୁନମ୍ ତାପସ କୁମାର, ଏସ୍ସିଏସ୍ଟିଆର୍ଟିଆଇ ନିର୍ଦ୍ଦେଶକ ପ୍ରଫେସର ଡ. ଅଖିଳ ବିହାରୀ ଓତା, ପିଏଆଇଟିଡିଏ, ଜିଲା ମଙ୍ଗଳ ଅଧିକାରୀ, ସ୍କୁଲ ସିଆଇ ଡିଆଇ, ଡବ୍ଲ୍ୟୁଇଓ, ଇଏମଆରଏସ୍ ପ୍ରିନ୍ସିପାଲ, ସ୍କୁଲ ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରୀଛାତ୍ର ଓ ଅତିଥିମାନେ ଯୋଗଦେଇଥିଲେ।
ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ
ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…
ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…
୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…
ଏଇ ଭାରତରେ
ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…
ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ
ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…
ସମୟ ବ୍ୟାଙ୍କ୍ର ସେବାପୁଞ୍ଜି
ବ୍ୟାଙ୍କ୍ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…
ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର
ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…
୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର
ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…
ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା
ଭୁବନେଶ୍ୱର,୩୦ା୮(ସୁନିତ୍ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍ କି ଟିଅର ଗ୍ୟାସ୍ ନାହିଁ। ତଥାପି ଆମର ସେହି ସାଧାରଣ…
Archives

