Posted inଖେଳ

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ ଦଳର ଫିଲ୍ଡିଂ କୋଚ ଭାବେ ନିଯୁକ୍ତ କରାଯାଇଛି।

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ୪ ଜୁନରୁ ଆରମ୍ଭ ହେବାକୁ ଥିବା ଟେଷ୍ଟ ସିରିଜ ପାଇଁ ସାରା ଟେଲରଙ୍କୁ ଏହି ବଡ଼ ଦାୟିତ୍ୱ ମିଳିଛି। କ୍ରିକେଟ ଇତିହାସରେ ଏହା ଏକ ବିରଳ ଘଟଣା, ଯେଉଁଠି ଜଣେ ମହିଳା ଖେଳାଳି ପୁରୁଷ ଦଳକୁ ପ୍ରଶିକ୍ଷଣ ଦେବେ।

ସାରା ଟେଲରଙ୍କ ଗୌରବମୟ କ୍ୟାରିୟର ଦେଖିଲେ ସେ ଇଂଲଣ୍ଡ ମହିଳା ଦଳକୁ ଦୁଇଟି ଦିନିକିଆ ବିଶ୍ୱକପ ଏବଂ ଗୋଟିଏ ଟି-୨୦ ବିଶ୍ୱକପ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ତିନିଥର ଆସେସ ସିରିଜ ବିଜେତା ଦଳର ସଦସ୍ୟା ରହିଛନ୍ତି।ସେ ଦୁଇଥର (୨୦୧୨, ୨୦୧୩) ଟି-୨୦ କ୍ରିକେଟର ଅଫ ଦି ଇୟର ଏବଂ ଥରେ (୨୦୧୪) ଦିନିକିଆ କ୍ରିକେଟର ଅଫ ଦି ଇୟର ଭାବେ ନିର୍ବାଚିତ ହୋଇଛନ୍ତି।

ସାରାଙ୍କ ନାମରେ ମାତ୍ର ୯ ଦିନ ମଧ୍ୟରେ କ୍ରିକେଟର ତିନୋଟି ଯାକ ଫର୍ମାଟ (ଟେଷ୍ଟ, ଦିନିକିଆ ଏବଂ ଟି-୨୦) ରେ ଡେବ୍ୟୁ କରିବାର ବିଶ୍ୱ ରେକର୍ଡ ରହିଛି। ପୁରୁଷ କିମ୍ବା ମହିଳା କ୍ରିକେଟରେ ଏପର୍ଯ୍ୟନ୍ତ କେହି ଏହି ରେକର୍ଡ ଭାଙ୍ଗି ପାରିନାହାନ୍ତି। ୨୦୧୯ ମସିହାରେ ସେ ହଠାତ ଅବସର ଘୋଷଣା କରିଥିଲେ। ସେ ସେହି ସମୟରେ ମାନସିକ ଚିନ୍ତା ବା ‘ଏଙ୍ଗଜାଇଟି’ (Anxiety) ସମସ୍ୟା ଦେଇ ଗତି କରୁଥିଲେ। ସେ ନିଜ କ୍ୟାରିୟରରେ ଦିନିକିଆରେ ୪୦୫୬ ରନ୍‌ ଏବଂ ଟି-୨୦ରେ ୨୧୭୭ ରନ୍‌ ସଂଗ୍ରହ କରିଛନ୍ତି। ଏହା ସହିତ ଉଇକେଟ ପଛରେ ୧୦୦ରୁ ଅଧିକ କ୍ୟାଚ୍‌ ମଧ୍ୟ ଧରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri