ପରିତ୍ୟକ୍ତ ଅବସ୍ଥାରେ ସରଳାପଦର ପୁଷ୍କରିଣୀ

ବାଲୁଗାଁ,୧୩।୧୦(ଡି.ଏନ୍‌.ଏ.): ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୧୧ନଂ. ୱାର୍ଡ଼ ସରଳାପଦର ଗ୍ରାମ ସଂଲଗ୍ନ ତଥା ୫ନଂ ଜାତୀୟ ରାଜପଥ ପାର୍ଶ୍ୱ ରହିଥିବା ବହୁ ପୁରାତନ ପୁଷ୍କରିଣୀଟି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୁଷ୍କରିଣୀର ଚତୁଃପାର୍ଶ୍ୱରେ ବିଭିନ୍ନ ଅନାବନା ଗଛ ଉଠିଯାଇଥିବା ବେଳେ ଦଳରେ ପରିପୂର୍ଣ୍ଣ ହୋଇ ବ୍ୟବହାର ଅନୁପଯୋଗୀ ହୋଇପଡ଼ିଛି। ଏହି ପୁଷ୍କରିଣୀଟି ଗ୍ରାମବାସୀଙ୍କ ଆବଶ୍ୟକରେ ଆସୁଥିବାରୁ ଏହାକୁ ପୁନରୁଦ୍ଧାର କରାଯାଉ ବୋଲି ସାଧାରଣରେ ଦାବି ହୋଇଛି।

ପ୍ରକାଶ ଯେ, ସରଳାପଦର ଗ୍ରାମକୁ ପ୍ରବେଶ ରାସ୍ତା ପାର୍ଶ୍ୱରେ କେଉଁ ଆବାହନ କାଳରୁ ଏହି ପୋଖରୀଟି ରହିଅଛି। ଉକ୍ତ ଗ୍ରାମ ଏବଂ ସ୍ଥାନୀୟ ଅଧିବାସୀ ସମେତ ଏଠାକୁ ଆସୁଥିବା ପର୍ଯ୍ୟଟକମାନେ ମଧ୍ୟ ଉକ୍ତ ପୋଖରୀରେ ସ୍ନାନାଦି କାର୍ଯ୍ୟ କରିଥାନ୍ତି। ଏଥି ସହିତ ଶୁଦ୍ଧକ୍ରିୟା ଆଦି କାର୍ଯ୍ୟ ପାଇଁ ଉକ୍ତ ପୋଖରୀ ଉପରେ ଲୋକେ ନିର୍ଭର କରନ୍ତି। କିନ୍ତୁ କିଛି ମାସ ହେଲା ପୋଖରୀ ଚତୁଃପାର୍ଶ୍ୱରେ ଅନାବନା ବୃକ୍ଷ ମାଡ଼ି ଯିବା ସହ ଦଳରେ ସମ୍ପୂର୍ଣ୍ଣ ଆଚ୍ଛାଦିତ ହୋଇପଡ଼ିଛି। ଯାହାକି ପୋଖରୀରେ ସ୍ନାନ କରିବା ତ ଦୂରର କଥା ପ୍ରବେଶ କରିବା ସମ୍ଭବପର ନୁହେଁ। ଦଳ ପଚିସଢ଼ି ପୁତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହେବାସହ ଗ୍ରାମବାସୀଙ୍କୁ ଡେଙ୍ଗୁ, ମ୍ୟାଲେରିଆ ଆଦି ମାରତ୍ମାକ ରୋଗର ସଂକ୍ରମଣ ହେବାର ଆଶଙ୍କା ରହିଛି। ବର୍ଷ ବର୍ଷ ଧରି ଏହି ସମସ୍ୟା ଲାଗି ରହିଛି। ଗ୍ରାମବାସୀ ଏଦିଗରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ନିକଟରେ ବାରମ୍ବାର ଦାବି କରୁଥିଲେ ମଧ୍ୟ ଉକ୍ତ ପୁଷ୍କରିଣୀର ପୁନରୁଦ୍ଧାର ତଥା ସ୍ଥାୟୀ ନିରାକରଣ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅତିଶୀଘ୍ର ଏଥିପ୍ରତି ଗୁରୁତ୍ୱ ଦେଇ ଏହି ପୁଷ୍କରିଣୀର ପୁନରୁଦ୍ଧାର ସହ ଉନ୍ନତିକରଣ କରା ନ ଗଲେ ଆଗାମୀ ଦିନରେ ସରଳାପଦର ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri