କଥା ଦେଇ ପ୍ରତିଶ୍ରୁତି ପୂରଣ କଲେ ସରପଞ୍ଚ

ଦଶମନ୍ତପୁର,୧୫ା୧୧ (ଡି.ଏନ୍‌.ଏ.): ଅନେକେ ଅଛନ୍ତି ନିର୍ବାଚନ ସମୟରେ ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଇ ରଖନ୍ତି ନାହିଁ। ମାତ୍ର ଏଭଳି କିଛି କମ ରାଜନେତା ଅଛନ୍ତି ଯେଉଁମାନେ ପ୍ରତିଶ୍ରୁତି ଦେଇ ତାହାକୁ ରଖନ୍ତି। ସେହିପରି ପ୍ରତିଶ୍ରୁତି ପାଳନ କରିଥିବା ଜଣେ ମହିଳା ହେଲେ କୋରାପୁଟ ଜିଲା ଦଶମନ୍ତୁର ବ୍ଳକ ଲୁଲା ପଞ୍ଚାୟତର ସରପଞ୍ଚ ଚଞ୍ଚଳା ମୁଦୁଲି। ଚଞ୍ଚଳା ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ମୁଁ ବିଜୟୀ ହେଲେ ଜନସାଧାରଣଙ୍କ ପ୍ରତ୍ୟେକ ସମସ୍ୟା ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ୯୫ ଆଦିବାସୀ ପରିବାର ବସବାସ କରୁଥିବା ପଞ୍ଚାୟତର କୁଦାଲଆଟାଲ ଗ୍ରାମରେ ରାସ୍ତା ନଥିଲା। କୌଣସି ରୋଗୀ କିମ୍ବା ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ଚିକିତ୍ସାଳୟକୁ ନେବାକୁ ହେଲେ ଗ୍ରାମଠାରୁ ୫ କି.ମି. ଦୂରରେ ଥିବା ଘଣ୍ଟଗୁଡା ଛକଯାଏ ବୋହି ନେଇ ସେଠାରୁ ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଉଥିଲା। ନିର୍ବାଚନରେ ବିଜୟୀ ହେବା ପରେ ଏବେ ସରପଞ୍ଚ ଚଞ୍ଚଳା ଏନଆରଇଜିଏସରେ ୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୁଦାଲଆଟାଲ ଗ୍ରାମକୁ ରାସ୍ତା ତିଆରି କରିଛନ୍ତି ବୋଲି ଗ୍ରାମବାସୀ ଧନୁ ମୁଦୁଲି, ଥବିର ସାଉଁନ୍ତା, ଆନନ୍ଦ ମୁଦୁଲି, ସଦାଶିବ ମୁଦୁଲି, ଥବିର ମୁଦୁଲି, ରାମ ମୁଦୁଲି, ସାଇବେଣୀ ମୁଦୁଲି ପ୍ରମୁଖ ପ୍ରକାଶ କରିଛନ୍ତି। ଏଥିପାଇଁ ସେମାନେ ସରପଞ୍ଚଙ୍କ ସମେତ ପିଇଓ କେତନ ହଲୱା ଏବଂ ଜିଆଏସ ବିମଳ ଟାକ୍ରିଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଗାମୀ ଦିନରେ ଗ୍ରାମରେ ସୋଲାର ପାନୀୟ ଜଳ ପ୍ରକଳ୍ପ ଓ ଆଉ ଗୋଟିଏ ନଳକୂପ ଖନନ ଦିଗରେ ପଦକ୍ଷେପ ନେବି ବୋଲି ଚଞ୍ଚଳା କହିଛନ୍ତି।
ଫଟୋ: ସରପଞ୍ଚଙ୍କ ଦ୍ୱାରା ଘଣ୍ଟଗୁଡା ଛକରୁ କୁଦାଲଆଟାଲ ଗ୍ରାମକୁ ନିର୍ମିତ ରାସ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?