ମନରେଗା କାମ କରି ଚର୍ଚ୍ଚାରେ ସରପଞ୍ଚ

କେନ୍ଦୁଝର,୬।୬(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ସମାଜସେବୀ ତଥା ଯୁବ ସରପଞ୍ଚ ଶ୍ରମିକଙ୍କ ସାଧିରେ ମନରେଗା କାମ କରି କେନ୍ଦୁଝର ଜିଲାରେ ଚର୍ଚ୍ଚାକୁ ଆସିଥିଲେ। ଏବେ ହାଣ୍ତିଭଙ୍ଗା ପଞ୍ଚାୟତର ସରପଞ୍ଚ ପୂର୍ଣ୍ଣମୀ ସର୍ଦ୍ଧାର ଶ୍ରମିକଙ୍କ ସାଥିରେ ମନରେଗା କାମ କରି ଜିଲା ତଥା ଅଞ୍ଚଳରେ ଚର୍ଚ୍ଚିତ ହୋଇଛନ୍ତି। ପୂର୍ଣ୍ଣମୀ ଜଣେ କ୍ଷୁଦ୍ର ପରିବାରର ମହିଳା। ସେ ଦିନ ମଜୁରୀ କରି ଚଳୁଥିଲେ। ବିପୁଜ ଜନସମର୍ଥନ ମିଳିବା ପରେ ସେ ଚଳିତ ବର୍ଷ ସାଧାରଣ ନିର୍ବାଚନ ଲଢି ବିପୁଳ ସଂଖ୍ୟାରେ ବିଜୟୀ ହୋଇଛନ୍ତି। ବିଜୟୀ ହେବା ପରେ ହାଣ୍ତିଭଙ୍ଗା ପଞ୍ଚାୟତ ଅଞ୍ଚଳରେ ଉନ୍ନତି ମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ଏଥିପାଇଁ ପୂର୍ଣ୍ଣମୀ ପୂର୍ବରୁ ସଦର ବିଡିଓ ନୁପୂରଚାନ୍ଦ ଗୋଟିଆଙ୍କ ଠାରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ତାଙ୍କ ସ୍ବାମୀ ନଟବର ସର୍ଦାର କହିଛନ୍ତି, ସେ ବ୍ଲକର ଶ୍ରେଷ୍ଠ ସରପଞ୍ଚ ଭାବେ ପୂର୍ବରୁ ମନରେଗା ଯୋଜନାରେ ପୁରସ୍କୃତ ହୋଇଛନ୍ତି।

ଆଜି ସକାଳେ କାଠବାଉଶୁଳି ଠାରେ ଚାଲିଥିବା ମନରେଗା କାର୍ଯ୍ୟ ପରିଦର୍ଶନରେ ଯାଇଥିଲେ ପୂର୍ଣ୍ଣମୀ। ସେଠାରେ ଡହ ଡହ ପ୍ରଚଣ୍ତ ଖରାରେ ଶ୍ରମିକମାନେ କୋଦାଳ ଝୁଡି ଧରି କାମ କରୁଥିବା ଦେଖିବାକୁ ପାଇଥିଲେ। ଏହି ମୂହୁର୍ତ୍ତରେ ସେ ଶ୍ରମିକ ମାନଙ୍କୁ ଉତ୍ସାହିତ କରିବା ପାଇଁ ନିଜେ କୋଦାଳ ଧରି ମନରେଗା କାମ କରିଥିଲେ। ସବୁବେଳେ ନିଜ ପଞ୍ଚାୟତର ବିକାଶ କରିବା ପାଇଁ ଚେଷ୍ଟା କରୁଥିବା ପୂର୍ଣ୍ଣମୀଙ୍କୁ ଜନସାଧାରଣ ମଧ୍ୟ ସହଯୋଗ କରୁଛନ୍ତି।ଏହି ଘଟଣାକୁ ନେଇ ବିଭିନ୍ନ ମୋହଲରୁ ତାଙ୍କୁ ପ୍ରଶଂସାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?