ଶଙ୍ଖ ଧରିଲେ ସରସଦା ସମିତି ସଭାପତି

ଭଣ୍ଡାରିପୋଖରୀ,୨୬।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସମବାୟ ସମିତି ସଭାପତି ଅବିନାଶ ରାଉତ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳୀୟ କାର୍ଯ୍ୟାଳୟଠାରେ ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ଅବିନାଶଙ୍କୁ ସ୍ବାଗତ କରିଥିଲେ। ଦଳର ସ୍ବଚ୍ଛ ଶାସନ ପଦ୍ଧତି ଓ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଜଣେ ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରିବାକୁ ବିଧାୟକ ତାଙ୍କୁ ପରାମର୍ଶ ଦେଇଥିଲେ। ଅବିନାଶଙ୍କ ସମେତ ବିଜେଡିରେ ସାମିଲ ହୋଇଥିବା ପ୍ରତାପ କୁମାର ନାୟକ, ରବୀନ୍ଦ୍ର ନାୟକ, କିଶୋର ଷେଣ୍ଢ ଓ ୱାର୍ଡସଭ୍ୟା ସ୍ବର୍ଣ୍ଣଲତା ପାତ୍ରଙ୍କୁ ବିଧାୟକ ସ୍ବାଗତ ଜଣାଇଥିଲେ। ଏମ୍‌ପିଙ୍କ ପ୍ରତିନିଧି ଲଳିତ କୁମାର ରାଉତ, ସରପଞ୍ଚ ରମେଶ ଚନ୍ଦ୍ର ଜେନା, ବିଜେଡି ନେତା ଦେବେନ୍ଦ୍ର ଦାସ, ଗୁଣାକର ବେହେରା, ଦେବେନ୍ଦ୍ର ନାଥ ଧଳ, ଭୀମସେନ ଜେନା, ପ୍ରଶାନ୍ତ ଭଞ୍ଜ, ଅକ୍ଷୟ ଜେନା, ଦେବ ପ୍ରସନ୍ନ ମହାପାତ୍ର, ରତ୍ନାକର ଭଞ୍ଜ, ପ୍ରୀତସ ରଞ୍ଜନ ନାୟକ, ଦେବେନ୍ଦ୍ର ଷେଣ୍ଢ, ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ପଞ୍ଚାୟତ ବିଜେଡି ସଭାପତି ପୀତାମ୍ବର ଦିଅ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri