Posted inଖେଳ

ସମଲିଙ୍ଗୀ ସମ୍ପର୍କରେ ଅଛନ୍ତି ସରସ୍ବତୀ: ଦୂତୀ

ଭୁବନେଶ୍ୱର, ୧୧ା୭ (ସ୍ପୋଟର୍‌ସ ବ୍ୟୁରୋ/ରସୁଲପୁର, ଡି.ଏନ୍‌.ଏ): ଭାରତର ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ବଡ଼ ଭଉଣୀ ସରସ୍ବତୀ ଯିଏକି ଜଣେ ରାଜ୍ୟସ୍ତରୀୟ ଆଥଲେଟ୍‌ ସେ ଜଣେ ସମଲିଙ୍ଗୀ ବୋଲି ଦୂତୀ ଶନିବାର ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ସେ କହିଛନ୍ତି ମୁଁ ନିଜେ ଜଣେ ସମଲିଙ୍ଗୀ ହୋଇଥିବାରୁ ସରସ୍ବତୀ ତାହାର ଦୃଢ ବିରୋଧ କରି ଆସୁଥିଲେ। ମାତ୍ର ସେ (ସରସ୍ବତୀ) ନିଜେ ଆସାମର ଜଣେ ଝିଅ ସହିତ ସମଲିଙ୍ଗୀ ସମ୍ପର୍କରେ ଅଛନ୍ତି। ଝିଅଟି ୨ବର୍ଷ ହେଲା ଆମ ଘରେ ରହିଆସୁଛି। ମାତାପିତା ଏବଂ ପରିବାର ସଦସ୍ୟମାନେ ସମସ୍ତ ବିଷୟ ଜାଣିଥିଲେ ମଧ୍ୟ ଏହାକୁ ବିରୋଧ କରିବା ଲାଗି ସାହସ କରୁ ନାହାନ୍ତି। ଦୂତୀ କହିଛନ୍ତି, ତାଙ୍କ ଭଉଣୀ ଝିଅଟିକୁ ଦେଖା କରିବା ଲାଗି କଲିକତା ଯାଇଥାନ୍ତି।
ସରସ୍ବତୀଙ୍କ ଖଣ୍ଡନ-
ଦୂତୀ ଆଣିଥିବା ଅଭିଯୋଗକୁ ବଡ଼ ଭଉଣୀ ସରସ୍ବତୀ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଦୂତୀ ଏବେ କଳା ଚଷମା ପିନ୍ଧିଛନ୍ତି। ସେ ଯାହା ଦେଖୁଛନ୍ତି ତାହା ଠିକ୍‌ ନୁହେଁ। ଆସାମର ଏହି ଝିଅଟି ମୋ ପାଖରେ ରହି ଟ୍ରେନିଂ ନେଉଛି। ତା ସହିତ ମୋର ଅନ୍ୟ କୌଣସି ସମ୍ପର୍କ ନାହିଁ। ମାତାପିତା ଭଲରୂପେ ଏବିଷୟ ଜାଣନ୍ତି। ବର୍ତ୍ତମାନ ପରିସ୍ଥିତିରେ ମୁଁ ଅଧିକ କିଛି କହିବାକୁ ଚାହେଁନା। ଦୂତୀ ଅର୍ଜୁନ ପୁରସ୍କାର ପାଇବା ପରେ ସମସ୍ତ ବିଷୟ ମୁଁ ସ୍ପଷ୍ଟ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri