ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ ସେ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ଏହି ଆସନ ହାତେଇବାରେ ସଫଳ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ସରସ୍ବତୀଙ୍କ ବୟସ ମାତ୍ର ୨୩ ବର୍ଷ। ରାଜନୀତିରେ ପ୍ରଥମ ଥର ପାଦଦେଇ ସେ ସର୍ବକନିଷ୍ଠ ଜିଲା ପରିଷଦ ସଭାପତି ହୋଇପାରିଛନ୍ତି। ଜିଲାର ୨୨ ଜିଲା ପରିଷଦ ସଭ୍ୟ ଉପସ୍ଥିତ ଥିଲେ ମଧ୍ୟ ବିଜେଡି ୧୬ ଆସନରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ହାସଲ କରିଥିବାରୁ ସରସ୍ବତୀ ଜଣେ ମାତ୍ର ପ୍ରାର୍ଥୀ ଭାବେ ଜିଲା ପରିଷଦ ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରି ନିଦ୍ୱର୍ର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସରସ୍ବତୀ ଗୁଣପୁର ସରକାରୀ ମହାବିଦ୍ୟାଳୟରୁ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ
କରିଛନ୍ତି। ରାଜନୀତିରେ ପୂର୍ବରୁ ଅଭିଜ୍ଞତା ନ ଥିଲା। ବାପା ପବିତ୍ର ମାଝି ଦୀର୍ଘଦିନ ଧରି ବିଜେଡିରେ ଜଣେ ସକ୍ରିୟ କର୍ମୀ ଥିବାରୁ ରାଜନୀତି ପ୍ରତି ଆଗ୍ରହ ଥିଲା। ରାୟଗଡ଼ା ଏକ ଆଦିବାସୀ ଅଧ୍ୟୁଷିତ ଜିଲା। ଚଳିତ ନିର୍ବାଚନରେ ଜିଲା ପରିଷଦ ସଭାପତି ଆସନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ସରସ୍ବତୀଙ୍କୁ ଏହି ଆସନ ପାଇଁ ଯୋଗ୍ୟ ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ସର୍ବସମ୍ମତି କ୍ରମେ ଚୟନ କରାଯାଇଥିଲା।
ଏତେ କମ୍‌ ବୟସରେ ଲୋଙ୍କ ମନ ଜିଣିବାରେ କିପରି ସଫଳ ହେଲେ ବୋଲି ଏକ ପ୍ରଶ୍ନର ଉତ୍ତରରେ ସରସ୍ବତୀ କହିଛନ୍ତି ଯେ, ଜଣେ ଶିକ୍ଷିତା ଯୁବତୀ ହୋଇଥିବାରୁ ଜିଲାରେ ଶିକ୍ଷା, ସ୍ବାସ୍ଥ୍ୟ କ୍ଷେତ୍ରରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ବିକାଶ କରିବାରେ ସଫଳ ହେବେ ବୋଲି ଲୋକଙ୍କ ମନରେ ବିଶ୍ୱାସ ରହିଛି। ତେଣୁ ଜିଲା ପରିଷଦ ନିର୍ବାଚନରେ ସେମାନେ ବିଜୟୀ କରାଇଛନ୍ତି । ଅଞ୍ଚଳବାସୀଙ୍କ ସେବା କରିବା ପାଇଁ ରାଜନୀତିକୁ ଆସିଛି। ବିଶେଷକରି କାଶୀପୁର ଅଞ୍ଚଳରେ ଅନେକ ସମସ୍ୟା ରହିଛି। ଗ୍ରାମାଞ୍ଚଳରେ ରାସ୍ତା ଓ ପାନୀୟ ଜଳର ସୁବିଧା ପ୍ରତି ଧ୍ୟାନ ଦେବି। ସ୍କୁଲ ଗୃହ ଓ ଅଙ୍ଗନଓ୍ବାଡି କେନ୍ଦ୍ର ରହିଥିଲେ ମଧ୍ୟ ତାହା ଠିକ୍‌ରେ ପରିଚାଳନା ହେଉନାହିଁ। ଏସବୁର ଉପଯୁକ୍ତ ପରିଚାଳନା ଉପରେ ଗୁରୁତ୍ୱ ଦେବି ବୋଲି ସରସ୍ବତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri