ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ ସେ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ଏହି ଆସନ ହାତେଇବାରେ ସଫଳ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ସରସ୍ବତୀଙ୍କ ବୟସ ମାତ୍ର ୨୩ ବର୍ଷ। ରାଜନୀତିରେ ପ୍ରଥମ ଥର ପାଦଦେଇ ସେ ସର୍ବକନିଷ୍ଠ ଜିଲା ପରିଷଦ ସଭାପତି ହୋଇପାରିଛନ୍ତି। ଜିଲାର ୨୨ ଜିଲା ପରିଷଦ ସଭ୍ୟ ଉପସ୍ଥିତ ଥିଲେ ମଧ୍ୟ ବିଜେଡି ୧୬ ଆସନରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ହାସଲ କରିଥିବାରୁ ସରସ୍ବତୀ ଜଣେ ମାତ୍ର ପ୍ରାର୍ଥୀ ଭାବେ ଜିଲା ପରିଷଦ ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରି ନିଦ୍ୱର୍ର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସରସ୍ବତୀ ଗୁଣପୁର ସରକାରୀ ମହାବିଦ୍ୟାଳୟରୁ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ
କରିଛନ୍ତି। ରାଜନୀତିରେ ପୂର୍ବରୁ ଅଭିଜ୍ଞତା ନ ଥିଲା। ବାପା ପବିତ୍ର ମାଝି ଦୀର୍ଘଦିନ ଧରି ବିଜେଡିରେ ଜଣେ ସକ୍ରିୟ କର୍ମୀ ଥିବାରୁ ରାଜନୀତି ପ୍ରତି ଆଗ୍ରହ ଥିଲା। ରାୟଗଡ଼ା ଏକ ଆଦିବାସୀ ଅଧ୍ୟୁଷିତ ଜିଲା। ଚଳିତ ନିର୍ବାଚନରେ ଜିଲା ପରିଷଦ ସଭାପତି ଆସନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ସରସ୍ବତୀଙ୍କୁ ଏହି ଆସନ ପାଇଁ ଯୋଗ୍ୟ ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ସର୍ବସମ୍ମତି କ୍ରମେ ଚୟନ କରାଯାଇଥିଲା।
ଏତେ କମ୍‌ ବୟସରେ ଲୋଙ୍କ ମନ ଜିଣିବାରେ କିପରି ସଫଳ ହେଲେ ବୋଲି ଏକ ପ୍ରଶ୍ନର ଉତ୍ତରରେ ସରସ୍ବତୀ କହିଛନ୍ତି ଯେ, ଜଣେ ଶିକ୍ଷିତା ଯୁବତୀ ହୋଇଥିବାରୁ ଜିଲାରେ ଶିକ୍ଷା, ସ୍ବାସ୍ଥ୍ୟ କ୍ଷେତ୍ରରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ବିକାଶ କରିବାରେ ସଫଳ ହେବେ ବୋଲି ଲୋକଙ୍କ ମନରେ ବିଶ୍ୱାସ ରହିଛି। ତେଣୁ ଜିଲା ପରିଷଦ ନିର୍ବାଚନରେ ସେମାନେ ବିଜୟୀ କରାଇଛନ୍ତି । ଅଞ୍ଚଳବାସୀଙ୍କ ସେବା କରିବା ପାଇଁ ରାଜନୀତିକୁ ଆସିଛି। ବିଶେଷକରି କାଶୀପୁର ଅଞ୍ଚଳରେ ଅନେକ ସମସ୍ୟା ରହିଛି। ଗ୍ରାମାଞ୍ଚଳରେ ରାସ୍ତା ଓ ପାନୀୟ ଜଳର ସୁବିଧା ପ୍ରତି ଧ୍ୟାନ ଦେବି। ସ୍କୁଲ ଗୃହ ଓ ଅଙ୍ଗନଓ୍ବାଡି କେନ୍ଦ୍ର ରହିଥିଲେ ମଧ୍ୟ ତାହା ଠିକ୍‌ରେ ପରିଚାଳନା ହେଉନାହିଁ। ଏସବୁର ଉପଯୁକ୍ତ ପରିଚାଳନା ଉପରେ ଗୁରୁତ୍ୱ ଦେବି ବୋଲି ସରସ୍ବତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?