ରିମାଣ୍ଡ ନୋହିଲା, ଆଜି ଆସିବେ ସର୍ବେଶ୍ୱର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ରବିବାରଠାରୁ ୨ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ କୋର୍ଟ। ହେଲେ କାଗଜପତ୍ରଜନିତ କିଛି ସମସ୍ୟା ଯୋଗୁ କ୍ରାଇମବ୍ରାଞ୍ଚ ତାଙ୍କୁ ରିମାଣ୍ଡରେ ଆଣିପାରିନି। ସୋମବାରଠାରୁ ସେ ୨ ଦିନିଆ ରିମାଣ୍ଡରେ ଆସିବେ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ଟାଟା କମ୍ପାନୀରେ ନିଯୁକ୍ତି ନାଁରେ ଠକେଇ ସହ ପ୍ରଦୀପଙ୍କ ଆକାଉଣ୍ଟରେ ଟଙ୍କା କାରବାର ସଂକ୍ରାନ୍ତରେ ଅଧିକ ତଥ୍ୟ ପାଇବାକୁ ଆଶା ରଖିଛି କ୍ରାଇମ୍‌ବ୍ରାଞ୍ଚ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ, ଟାଟା କମ୍ପାନୀ ନାଁରେ ନିଯୁକ୍ତି ଜାଲିଆତି ଓ ଠକେଇ ମାମଲାରେ ତାଙ୍କ ପୁଅ ଆକାଶ ଏବଂ ଏସବୁ ଲିଙ୍କ୍‌ ସହ ବେଆଇନ ଅର୍ଥ କାରବାର ମାମଲାରେ ଆକାଶଙ୍କ ଭାବୀ ଶ୍ୱଶୁର ପ୍ରଦୀପ ଗିରଫ ହୋଇଥିଲେ। ଏହାପରେ ଠକେଇ ଓ ପ୍ରଦୀପଙ୍କ ଲିଙ୍କ୍‌ରେ ଗତ ୧୭ ତାରିଖରେ ସର୍ବେଶ୍ୱରଙ୍କୁ କ୍ରାଇମ୍‌ବ୍ରାଞ୍ଚ ବ୍ରହ୍ମପୁରରୁ ଗିରଫ କରିଥିଲା। ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ସର୍ବେଶ୍ୱରଙ୍କ ଜାମିନ ନାମଞ୍ଜୁର ପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ସମସ୍ତେ ଏବେ ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଅଛନ୍ତି। ପୂର୍ବରୁ ଅଭୟକାନ୍ତ, ପ୍ରଦୀପ ଓ ଆକାଶ ରିମାଣ୍ଡରେ ଆସିଥିଲେ। ସେହିଭଳି ଆକାଶଙ୍କ ବ୍ୟକ୍ତିଗତ ସହାୟକ ପିଟର ଡେଭିଡ୍‌ଙ୍କୁ ମଧ୍ୟ ପୁଣେରୁ ଆଣି ପଚରାଉଚରା ପରେ ଛାଡ଼ି ଦିଆଯାଇଥିଲା। ଏବେ ସର୍ବେଶ୍ୱରଙ୍କଠାରୁ ସବୁ ଗୁମର ଖୋଲିବାକୁ ଉଦ୍ୟମ ଚଳାଇଛି କ୍ରାଇମବ୍ରାଞ୍ଚ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri