ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ: ‘ରନ୍ ଫର୍ ୟୁନିଟି’ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ‘ରନ୍ ଫର୍ ୟୁନିଟି’ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିଅମ୍‌ରେ ଉଦଘାଟନ କରିଛନ୍ତି। ଦୌଡ଼ ଷ୍ଟାଡିଅମ୍‌ରୁ ଆରମ୍ଭ ହୋଇ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ଚାଲିଥିଲା। ସହସ୍ରାଧିକ ନାଗରିକ, ଛାତ୍ରଛାତ୍ରୀ, ଖେଳାଳି ଓ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, “ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି। ଭିନ୍ନତାରେ ଏକତା ହେଉଛି ଭାରତର ଆତ୍ମା। ଜାତି, ଧର୍ମ, ଭାଷା ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ। ସର୍ଦ୍ଦାର ପଟେଲ ଶତାଧିକ ରାଜ୍ୟକୁ ଏକତା ସୁତ୍ରରେ ବାନ୍ଧି ଅଖଣ୍ଡ ଭାରତ ଗଢ଼ିଥିଲେ। ତାଙ୍କ ଦୃଢ଼ ସଙ୍କଳ୍ପ ଓ ଦୂରଦୃଷ୍ଟି ବଳରେ ଆଜି ଭାରତକୁ ‘ଏକ’ ଦେଖୁଛୁ। ମିଳିମିଶି କାମ କଲେ ବିକଶିତ ଭାରତର ସ୍ୱପ୍ନ ଶୀଘ୍ର ସାକାର ହେବ। ଏହି ଦୌଡ଼ ଏକତା ଓ ଦେଶପ୍ରେମର ପ୍ରତୀକ।”

ସେ ଆହୁରି କହିଛନ୍ତି, ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ରନ୍ ଫର୍ ୟୁନିଟି’ ଆରମ୍ଭ କରିଥିଲେ। ୨୦୧୮ରେ ଗୁଜରାଟର କେଭାଡିଆରେ ୧୮୨ ମିଟର ଉଚ୍ଚ ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ଅନାବରଣ ହୋଇ ବିଶ୍ୱର ସର୍ବବୃହତ୍ ପ୍ରତିମା ଭାବେ ଭାରତୀୟ ଗୌରବର ପ୍ରତୀକ ହୋଇଛି। ସର୍ଦ୍ଦାର ପଟେଲଙ୍କ ଜୀବନରୁ ପ୍ରେରଣା ନେଇ ଭାଇଚାରା ଓ ଶାନ୍ତିର ବନ୍ଧନ ସୁଦୃଢ଼ କରି ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ଗଢ଼ିବାକୁ ଆହ୍ୱାନ ଦେଇଛନ୍ତି।

କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ୱାଗତ ଭାଷଣ ଦେଇ କହିଛନ୍ତି, ଏହି ଦୌଡ଼ ଏକତା ଓ ଦେଶପ୍ରେମର ଭାବନା ଜାଗ୍ରତ କରି ସଶକ୍ତ ଭାରତ ଗଢ଼ିବାରେ ସହାୟକ ହେବ। ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଦବ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?