ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ: ‘ରନ୍ ଫର୍ ୟୁନିଟି’ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ‘ରନ୍ ଫର୍ ୟୁନିଟି’ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିଅମ୍‌ରେ ଉଦଘାଟନ କରିଛନ୍ତି। ଦୌଡ଼ ଷ୍ଟାଡିଅମ୍‌ରୁ ଆରମ୍ଭ ହୋଇ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ଚାଲିଥିଲା। ସହସ୍ରାଧିକ ନାଗରିକ, ଛାତ୍ରଛାତ୍ରୀ, ଖେଳାଳି ଓ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, “ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି। ଭିନ୍ନତାରେ ଏକତା ହେଉଛି ଭାରତର ଆତ୍ମା। ଜାତି, ଧର୍ମ, ଭାଷା ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ। ସର୍ଦ୍ଦାର ପଟେଲ ଶତାଧିକ ରାଜ୍ୟକୁ ଏକତା ସୁତ୍ରରେ ବାନ୍ଧି ଅଖଣ୍ଡ ଭାରତ ଗଢ଼ିଥିଲେ। ତାଙ୍କ ଦୃଢ଼ ସଙ୍କଳ୍ପ ଓ ଦୂରଦୃଷ୍ଟି ବଳରେ ଆଜି ଭାରତକୁ ‘ଏକ’ ଦେଖୁଛୁ। ମିଳିମିଶି କାମ କଲେ ବିକଶିତ ଭାରତର ସ୍ୱପ୍ନ ଶୀଘ୍ର ସାକାର ହେବ। ଏହି ଦୌଡ଼ ଏକତା ଓ ଦେଶପ୍ରେମର ପ୍ରତୀକ।”

ସେ ଆହୁରି କହିଛନ୍ତି, ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ରନ୍ ଫର୍ ୟୁନିଟି’ ଆରମ୍ଭ କରିଥିଲେ। ୨୦୧୮ରେ ଗୁଜରାଟର କେଭାଡିଆରେ ୧୮୨ ମିଟର ଉଚ୍ଚ ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ଅନାବରଣ ହୋଇ ବିଶ୍ୱର ସର୍ବବୃହତ୍ ପ୍ରତିମା ଭାବେ ଭାରତୀୟ ଗୌରବର ପ୍ରତୀକ ହୋଇଛି। ସର୍ଦ୍ଦାର ପଟେଲଙ୍କ ଜୀବନରୁ ପ୍ରେରଣା ନେଇ ଭାଇଚାରା ଓ ଶାନ୍ତିର ବନ୍ଧନ ସୁଦୃଢ଼ କରି ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ଗଢ଼ିବାକୁ ଆହ୍ୱାନ ଦେଇଛନ୍ତି।

କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ୱାଗତ ଭାଷଣ ଦେଇ କହିଛନ୍ତି, ଏହି ଦୌଡ଼ ଏକତା ଓ ଦେଶପ୍ରେମର ଭାବନା ଜାଗ୍ରତ କରି ସଶକ୍ତ ଭାରତ ଗଢ଼ିବାରେ ସହାୟକ ହେବ। ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଦବ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri