Posted inଜାତୀୟ

ଆଜି ଲୌହମାନବ ବଲ୍ଲଭଭାଇ ପଟେଲଙ୍କ ୭୩ତମ ଶ୍ରାଦ୍ଧବାର୍ଷିକୀ, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୧୨: ଦେଶର ପ୍ରମୁଖ ସ୍ବାଧୀନତା ସଂଗ୍ରାମୀମାନଙ୍କ ମଧ୍ୟରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଭାରତକୁ ସ୍ବାଧୀନତା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଆଜି ସର୍ଦ୍ଦାର ପଟେଲଙ୍କ ୭୩ ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ମନେ ପକାଇ ତାଙ୍କ ଅବଦାନକୁ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ମହାନ ସର୍ଦ୍ଦାରବଲ୍ଲଭଭାଇ ପଟେଲଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ତାଙ୍କର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ଦେଶର ଏକତା ପ୍ରତି ଅଦମ୍ୟ ପ୍ରତିବଦ୍ଧତା ଆଧୁନିକ ଭାରତର ମୂଳଦୁଆ ପକାଇଛି। ସେମାନଙ୍କର ଆଦର୍ଶ କାର୍ଯ୍ୟ ଆମକୁ ଏକ ଶକ୍ତିଶାଳୀ, ଅଧିକ ମିଳିତ ଦେଶ ଗଠନ ଦିଗରେ ମାର୍ଗଦର୍ଶନ କରେ। ଆମେ ତାଙ୍କ ଜୀବନରୁ ପ୍ରେରଣା ନେବା ଏବଂ ସମୃଦ୍ଧ ଭାରତର ସ୍ବପ୍ନକୁ ସାକାର କରିବା ଦିଗରେ କାର୍ଯ୍ୟ କରିବା ।

ସର୍ଦ୍ଦାର ପଟେଲ ୧୮୭୫ ମସିହାରେ ଗୁଜୁରାଟର ନାଡିଆଡରେ ଜନ୍ମଗ୍ରହଣ କରିଥିଲେ। ସେ ଜଣେ ବାରିଷ୍ଟର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ ଏବଂ ପରେ ରାଜନୀତିରେ ଯୋଗ ଦେଇଥିଲେ। ସେ କଂଗ୍ରେସର ଅଧ୍ୟକ୍ଷ ମଧ୍ୟ ଥିଲେ ଏବଂ ସ୍ବାଧୀନତା ସଂଗ୍ରାମରେ ଦଳର ଜଣେ ବରିଷ୍ଠ ନେତା ଥିଲେ। ବମ୍ବେ (ମୁମ୍ବାଇ)ରେ ୧୫ ଡିସେମ୍ବର ୧୯୫୦ରେ ହୃଦଘାତରେ ସର୍ଦ୍ଦାର ପଟେଲଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri