‘ଜାତୀୟ ଏକତାର ପ୍ରତୀକ ଥିଲେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ନିଖିଳ ଉତ୍କଳ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ଜିଲୁଣ୍ଡି ଅଞ୍ଚଳ ପକ୍ଷରୁ ଶୁକ୍ରବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଗଞ୍ଜାମ ଜିଲା ଭଞ୍ଜନଗରରେ ପାଳିତ ହୋଇଯାଇଛି। ଏହି ଅବସରରେ ଆଜି ସକାଳେ ବାଉଁଶଲୁଣ୍ଡି କୁଳଘର ଠାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଛତ୍ରପତି ଶିବାଜୀ ମହାରାଜଙ୍କ ଫଟୋରେ ଅତିଥିମାନେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏହାପରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା। ଏଥିରେ କୁଳର ୫୦୦ରୁ ଊର୍ଦ୍ଧ୍ୱ ସଭ୍ୟ ଭାଗ ନେଇଥିଲେ। ଏହାପରେ କୁଳଘର ଠାରେ ଏକ ସଭା ହୋଇଥିଲା। ଭାରତ ରତ୍ନ, ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜାତୀୟ ଏକତାର ସୁଦୃଢ଼ୀକରଣ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। କୁର୍ମୀ କ୍ଷତ୍ରିୟ ଜାତିର ଗର୍ବ, ଗୌରବ ଓ ସ୍ବାଭିମାନର ପ୍ରତୀକ ମଧ୍ୟ ସେ ଥିଲେ। ରାଷ୍ଟ୍ରୀୟ ଏକତାର ସୁରକ୍ଷା ପାଇଁ ଜନଜାଗରଣ ସୃଷ୍ଟି କରିବା ନିମନ୍ତେ ଆଜିର ଏହି ଶୋଭାଯାତ୍ରା ଓ ସଭା ହୋଇଥିଲା।

ଏଥିରେ ପ୍ରଦେଶ ସଂସ୍ଥାର ସଭାପତି ସୂର୍ଯ୍ୟ ନାରାୟଣ ପ୍ରଧାନ, ସମ୍ପାଦକ ବିଶ୍ୱନାଥ ରାଉତ, ଅଞ୍ଚଳ ସଭାପତି ସରୋଜ କୁମାର ରାଉଳ, ସମ୍ପାଦକ ବୈଦ୍ୟନାଥ ପ୍ରଧାନ, ସଂଯୋଜକ ନେତାଜୀ ବିଷୋୟୀ, ଭଞ୍ଜ କିଶୋର ପ୍ରଧାନ, ଭବାନୀ ଶଙ୍କର ପ୍ରଧାନ, ବାରୁଡ଼ା ସମ୍ପାଦକ ଗୁପ୍ତେଶ୍ୱର ପ୍ରଧାନ, ଛାମୁଣ୍ଡା ପ୍ରଦେଶ ସଭ୍ୟ ବିପ୍ର ଚରଣ ନାୟକ, ସହ ସମ୍ପାଦକ ସଞ୍ଜୟ କୁମାର ପ୍ରଧାନ, ହାଡୁବନ୍ଧୁ ପ୍ରଧାନ ସିଂ, ନଚିକେତା ପ୍ରଧାନ, ସୁବଳ ପ୍ରଧାନ, ସୁବାସ ପ୍ରଧାନ ପ୍ରମୁଖ ବରିଷ୍ଠ କର୍ମକର୍ତ୍ତା ଅତିଥି ଭାବେ ଯୋଗ ଦେଇଥିଲେ। ୩୫ଟି ଅଞ୍ଚଳର କର୍ମକର୍ତ୍ତା ଏଥିରେ ଭାଗ ନେଇଥିଲେ।

କୋଷାଧ୍ୟକ୍ଷ ଗୋପାଳ ପ୍ରଧାନ, ସଂଗଠନ ସମ୍ପାଦକ ବାଳକୃଷ୍ଠ ରାଉତ, ଉପସଭାପତି ଅନିଲ କୁମାର ରାଉତ, ପଞ୍ଚାନନ ପ୍ରଧାନ, ରବୀନ୍ଦ୍ର ପ୍ରଧାନ, ଟୁନା ପ୍ରଧାନ, ଶଙ୍କର ପ୍ରଧାନ, ନାରାୟଣ ପ୍ରଧାନ, ପଦ୍ମନାଭ ପ୍ରଧାନ,ଦେବ ପ୍ରଧାନ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଅଧିକାରୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ସେହିଭଳି ଭଞ୍ଜନଗର ଥାନା ପକ୍ଷରୁ ମଧ୍ୟ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri