ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା ଅଭିନବ ଢଙ୍ଗରେ ପ୍ରାୟ ୭ ଲକ୍ଷ ଟଙ୍କାର ଦାମୀ ସମ୍ବଲପୁରୀ ଶାଢ଼ି ଚୋରାଇ ନେଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ଶନିବାର ଅପରାହ୍ନରେ ଏକ କାର୍‌ରେ ଆସିଥିବା ୭ ଜଣ ମହିଳା ଓ ଜଣେ ଡ୍ରାଇଭର ଶୋ’ରୁମ୍‌କୁ ପ୍ରବେଶ କରିଥିଲେ। ଧନୀ ଗ୍ରାହକଙ୍କ ଭଳି ପୋଷାକ ଓ ଗହଣା ପିନ୍ଧିଥିବାରୁ ସେମାନେ ଦାମୀ ଶାଢ଼ି କିଣିବେ ବୋଲି କର୍ମଚାରୀମାନେ ଭାବିଥିଲେ। ସେତେବେଳେ ଷ୍ଟୋର୍‌ର କେତେଜଣ କର୍ମଚାରୀ ଖାଇବା ପାଇଁ ବାହାରିଯାଇଥିବାରୁ କେବଳ ୨ ଜଣ ଥିଲେ। ଏହାକୁ ସୁଯୋଗ ବୋଲି ଭାବି ସମ୍ପୃକ୍ତା ମହିଳାମାନେ କର୍ମଚାରୀଙ୍କୁ ବିଭିନ୍ନ ଶାଢ଼ି ଦେଖାଇବାରେ ବ୍ୟସ୍ତ ରଖି ଚତୁରତାର ସହ ପ୍ରାୟ ୭ଲକ୍ଷ ଟଙ୍କାର ଶାଢ଼ି ୨ ଗୋଡ଼ ମଧ୍ୟରେ ଲୁଚାଇ ରଖି ବାହାରକୁ ପଳାଇଥିଲେ।

ଶାଢ଼ି ଦେଖାଉଥିବା କର୍ମଚାରୀଙ୍କ ସନ୍ଦେହ ହେବାରୁ ସେ ଶାଢ଼ିଗୁଡ଼ିକ ଯାଞ୍ଚ କରିବା ସହ ସିସିଟିଭି ଫୁଟେଜ୍‌ ଖୋଜାଖୋଜି କରିଥିଲେ। ଏହାପରେ ସମ୍ପୃକ୍ତା ୭ ଜଣ ମହିଳା ଶାଢ଼ି ଚୋରି କରିଥିବା ଜଣାପଡ଼ିଥିଲା। ଏ ନେଇ ଷ୍ଟୋର ମ୍ୟାନେଜର ସତ୍ୟବ୍ରତ ବେହେରା ଟାଉନ ଥାନାରେ ଅଭିଯୋଗ କରିବା ପରେ ରବିବାର ପୋଲିସ ମାମଲା ରୁଜୁ କରିବା ସହ ଘଟଣାସ୍ଥଳରେ ପହଞ୍ଚି କର୍ମଚାରୀମାନଙ୍କୁ ପଚରାଉଚରା କରିବା ସହ ସିସିଟିଭି ଆଧାରରେ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri