Posted inଖେଳ

ହାଇ ମାରି ଚର୍ଚ୍ଚାରେ ଅଛନ୍ତି ଏହି କ୍ରିକେଟର୍‌, ସ୍ବାମୀଙ୍କ ଏହି ଅଭ୍ୟାସକୁ ନେଇ ସ୍ତ୍ରୀ କହିଲେ ଏମିତି

ପାକିସ୍ତାନର ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ଅନେକ ସମୟରେ ସୋସିଆଲ ମିଡିଆରେ ଟ୍ରୋଲ ହୋଇଥାନ୍ତି। ଏବେ ସେ ମ୍ୟାଚ୍‌ବେଳେ ହାଇ ମାରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ବିଶ୍ୱକପରେ ଉଇକେଟ କିପିଂ କରିବା ସମୟରେ ହାଇ ମାରିବା ହେଉ କି ନିକଟରେ ଇଂଲଣ୍ଡ ବିପକ୍ଷରେ ପଡ଼ିଆ ବାହାରେ ବସି ହାଇ ମାରିବା ହେଉ ଟ୍ରୋଲରମାନେ ତାଙ୍କୁ ଟାର୍ଗେଟ କରିବାକୁ କୌଣସି ସୁଯୋଗ ଛାଡନ୍ତି ନାହିଁ। କିନ୍ତୁ ବର୍ତ୍ତମାନ ସରଫରାଜ ଅହମ୍ମଦଙ୍କ ସ୍ତ୍ରୀ ଖୁଶବଖତ୍‌ ସେହି ଟ୍ରୋଲରକୁ ଏକ ଉପଯୁକ୍ତ ଜବାବ ଦେଇଛନ୍ତି। ତାହା ପୁଣି ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ ସ୍ମିଥଙ୍କ ସାହାଯ୍ୟରେ। ସୂଚନାଯୋଗ୍ୟ, ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟି -୨୦ ମ୍ୟାଚ ସମୟରେ ସ୍ମିଥ ହାଇ ମାରୁଥିବା ନଜର ଆସିଥିଲେ। ଏହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଖୁସବଖତ୍‌ ସରଫରାଜ ସ୍ମିଥ୍‌ଙ୍କ ଫଟୋ ଶେୟାର କରି ଏକ ମଜାଳିଆ କ୍ୟାପ୍‌ଶନ୍‌ ଦେଇଛନ୍ତି। ସ୍ମିଥଙ୍କ ଫଟୋରେ ଖୁସବଖତ କହିଛନ୍ତି ଯେ, କିମ୍ବଦନ୍ତୀ ଏହିପରି ହୋଇଥାନ୍ତି। ଅର୍ଥାତ୍‌ ସେ ତାଙ୍କ ସ୍ବାମୀଙ୍କୁ କିମ୍ବଦନ୍ତୀ ବୋଲି କହିଛନ୍ତି। ନିକଟରେ ସରଫରାଜ ଅହମ୍ମଦଙ୍କ ହାଇ ମରା ଫଟୋ ଭାଇରାଲ ହେବା ପରେ ଟ୍ରୋଲରମାନେ ତାଙ୍କୁ କହିଥିଲେ ଯେ ସରଫରାଜ ହେଉଛନ୍ତି ପ୍ରଥମ କ୍ରିକେଟର ଯିଏକି ସମସ୍ତ ଫର୍ମାଟରେ ହାଇ ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri