Posted inଖେଳ

ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ ସରଫରାଜ

ନୂଆଦିଲ୍ଲୀ,୨।୧୦: ଆଜିକାଲି ଇରାନୀ କପ ଖେଳାଯାଉଛି। ସୌରାଷ୍ଟ୍ର ଏବଂ ରେଷ୍ଟ ଅଫ୍‌ ଇଣ୍ଡିଆ ମଧ୍ୟରେ ଖେଳାଯାଉଥିବା ଏକ ମ୍ୟାଚରେ ସରଫରାଜ ଖାନ ପୁଣି ଥରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ରେଷ୍ଟ ଅଫ୍‌ ଇଣ୍ଡିଆ ପାଇଁ ଖେଳୁଥିବା ସରଫରାଜ ପ୍ରଥମ ଇନିଂସରେ ଏକ ଜବରଦସ୍ତ ଶତକ ହାସଲ କରିଥିଲେ।
ସେ ୧୭୮ ବଲ ସହାୟତାରେ ୧୩୮ ରନ ସ୍କୋର କରିଥିଲେ। ତାଙ୍କ ଇନିଂସରେ ୨୦ ଚୌକା ଓ ୨ ଛକା ସାମିଲ ଥିଲା। ସରଫରାଜ ଏହି ଇନିଂସ ସହ ଅଷ୍ଟ୍ରେଲିଆର ପୂର୍ବତନ କିମ୍ବଦନ୍ତୀ ସାର୍‌ ଡନ ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଛନ୍ତି।
ଇରାନୀ କପର ଏହି ମ୍ୟାଚ ସହିତ ସରଫରାଜ ତାଙ୍କର ପ୍ରଥମ ଶ୍ରେଣୀ କ୍ୟାରିୟରର ୨୯ଟି ମ୍ୟାଚର ୪୩ ଇନିଂସରେ ୨୯୨୮ ରନ ସଂଗ୍ରହ କରିଛନ୍ତି। ଏଥି ସହିତ ବ୍ରାଡମ୍ୟାନ ୨୨ଟି ମ୍ୟାଚର ୪୩ ଇନିଂସରେ ୨୯୨୭ ରନ ସଂଗ୍ରହ କରିଥିଲେ। ଡନ ବ୍ରାଡମ୍ୟାନ ତାଙ୍କର ୪୩ ଇନିଂସରେ ୧୨ ଶତକ ଏବଂ ୯ ଅର୍ଦ୍ଧଶତକ ହାସଲ କରିଥିଲେ। ଅନ୍ୟପକ୍ଷରେ ସରଫରାଜ ୪୩ ଇନିଂସରେ ମୋଟ ୧୦ ଶତକ ଏବଂ ୮ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହି ଇନିଂସରେ ସରଫରାଜ ୭ଥର ଅପରାଜିତ ରହିଥିବାବେଳେ ବ୍ରାଡମ୍ୟାନ ୮ ଥର ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri