Posted inଖେଳ

ଯିଏ ଦେଲେ ଟେଷ୍ଟ ଡେବ୍ୟୁ କ୍ୟାପ୍‌, ତାଙ୍କ ରେକର୍ଡର ସମକକ୍ଷ ହେଲେ ସରଫରାଜ

ରାଜକୋଟ,୧୬।୨: ଷ୍ଟାର ଯୁବ ବ୍ୟାଟ୍ସମ୍ୟାନ ସରଫରାଜ ଖାନ ରାଜକୋଟରେ ଇଂଲଣ୍ଡ ବିପକ୍ଷରେ ଚମତ୍କାର ଡେବ୍ୟୁ କରିଥିଲେ। ତାଙ୍କର ପ୍ରଥମ ମ୍ୟାଚ୍‌ର ପ୍ରଥମ ଇନିଂସରେ ସରଫରାଜ ଖାନ ୬୨ ରନ୍‌ର ଦ୍ରୁତ ଅର୍ଦ୍ଧଶତକ କରିଥିଲେ। ଡେବ୍ୟୁ ମ୍ୟାଚରେ ଏହି ଯୁବ ବ୍ୟାଟ୍ସମ୍ୟାନ ଜବରଦସ୍ତ ବ୍ୟାଟିଂ କରୁଥିଲେ, ରବିନ୍ଦ୍ର ଜାଡେଜାଙ୍କ ଭୁଲ କଲ ଯୋଗୁ ଶେଷରେ ସେ ଆଉଟ ହୋଇଥିଲେ। ରାଜକୋଟରେ ଡେବ୍ୟୁ ମ୍ୟାଚରେ ଆଉଟ ହେବା ପରେ ମଧ୍ୟ ସରଫରାଜ ଖାନ ଭାରତର ପୂର୍ବତନ କିମ୍ବଦନ୍ତୀ ତଥା ତାଙ୍କୁ ଡେବ୍ୟୁ କ୍ୟାପ ଦେଇଥିବା ଅନିଲ କୁମ୍ବଲେଙ୍କ ରେକର୍ଡ ସହ ସମକକ୍ଷ ହୋଇଥିଲେ।
ସରଫରାଜଙ୍କ ପୂର୍ବରୁ ଅନିଲ କୁମ୍ବଲେ ୯ ଅଗଷ୍ଟ ୧୯୯୦ରେ ମଞ୍ଚେଷ୍ଟରରେ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ସରଫରାଜଙ୍କ ପରି କୁମ୍ବଲେ ମଧ୍ୟ ତାଙ୍କର ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ରନ୍‌ଆଉଟ ହୋଇଥିଲେ। ତେବେ କୁମ୍ବଲେ ତାଙ୍କର ପ୍ରଥମ ଟେଷ୍ଟ ଇନିଂସରେ ମାତ୍ର ୨ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ଯାହା ସରଫରାଜଙ୍କ ପ୍ରଥମ ଇନିଂସଠାରୁ ୬୦ ରନ କମ ଅଟେ।
ରାଜକୋଟ ଟେଷ୍ଟରେ ପୂର୍ବତନ ଭାରତୀୟ ସ୍ପିନ ବୋଲର ଅନିଲ କୁମ୍ବଲେ ସରଫରାଜ ଖାନଙ୍କୁ ଡେବ୍ୟୁ ଟେଷ୍ଟ କ୍ୟାପ ପ୍ରଦାନ କରିଥିଲେ। ଏଭଳି ପରିସ୍ଥିତିରେ ଇଂଲଣ୍ଡ ବିପକ୍ଷରେ ଡେବ୍ୟୁ ଟେଷ୍ଟ କ୍ୟାପ ନେଇ କୁମ୍ବଲେଙ୍କ ରେକର୍ଡ ସହ ସମକକ୍ଷ କରିବା ଏକ ମଜାଦାର ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri