Odisha Elections 2024
Posted inଖେଳ

ସରଫରାଜଙ୍କ ଡେବ୍ୟୁଠାରୁ ଅଧିକ ଚର୍ଚ୍ଚାରେ ବାପା ପିନ୍ଧିଥିବା ଜ୍ୟାକେଟ୍‌, ପରୋକ୍ଷରେ…

ରାଜକୋଟ,୧୫।୨: ରାଜକୋଟ ଟେଷ୍ଟରେ ସରଫରାଜ ଖାନ୍‌ଙ୍କୁ ଟିମ୍‌ ଇଣ୍ଡିଆ ପକ୍ଷରୁ ଡେବ୍ୟୁ କରିବାର ସୁଯୋଗ ମିଳିଛି। ୩୧୧ତମ ଖେଳାଳି ଭାବେ ସେ ଭାରତ ପାଇଁ ଡେବ୍ୟୁ କରିଛନ୍ତି। ଏହି ସମୟରେ ମଇଦାନରେ କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହାକି ଭାବବିହ୍ବଳ କରିଥିଲା। ପୁଅଙ୍କ ଐତିହାସିକ ମୂହୁର୍ତ୍ତ ସମୟରେ ସରଫରାଜଙ୍କ ବାପା ଉପସ୍ଥିତ ଥିଲେ। ତାଙ୍କ ଆଖିରେ ଖୁସିର ଲୁହ ଥିଲା। ହେଲେ ଏହି ସମୟରେ ସରଫରାଜଙ୍କ ବାପା ପିନ୍ଧିଥିବା ଜ୍ୟାକେଟ୍‌କୁ ନେଇ ବିବାଦ ଉପୁଜିଛି।

ଏବେ ସୋସିଆଲ ମିଡିଆରେ ଯେତିକି ଚର୍ଚ୍ଚା ସରଫରାଜଙ୍କ ଟେଷ୍ଟ ଡେବ୍ୟୁକୁ ନେଇ ହେଉଛି, ସେତିକି ଚର୍ଚ୍ଚା ତାଙ୍କ ବାପା ନୌଶାଦ ଖାନ୍‌ ପିନ୍ଧିଥିବା ଜ୍ୟାକେଟକୁ ନେଇ ହେଉଛି। କାରଣଟି ହେଉଛି ସେଥିରେ କିଛି କଥା ଲେଖାଯାଇଥିଲା, ଯାହାକି ଟିମ୍‌ ଇଣ୍ଡିଆ ଏବଂ ବିସିସିଆଇ ଉଭୟଙ୍କୁ ଟାର୍ଗେଟ କରୁଥିବା କୁହାଯାଉଛି।

ନୌଶାଦ ଖାନଙ୍କ ଜ୍ୟାକେଟରେ ଲେଖାଯାଇଥିଲା ଯେ, କ୍ରିକେଟ ଜେଣ୍ଟଲମ୍ୟାନ୍‌ଙ୍କ ଗେମ୍‌ ନୁହେଁ ବରଂ ସମସ୍ତଙ୍କର ଗେମ୍‌। କ୍ୟାମେରାରେ ଏହା କଏଦ ହେବା ପରେ ନାନାଦି ଚର୍ଚ୍ଚା ଆରମ୍ଭ ହୋଇଛି। କେଉଁ ଉଦ୍ଦେଶ୍ୟରେ ସେ ଉକ୍ତ ଜ୍ୟାକେଟ୍‌ ପିନ୍ଧିଛନ୍ତି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘରୋଇ କ୍ରିକେଟରେ ଭଲ ପ୍ରଦର୍ଶନ ସତ୍ତ୍ୱେ ପୁଅଙ୍କୁ ଅଣଦେଖା କରାଯାଇଥିବାରୁ ସେ ଏଭଳି କ୍ଷୋଭ ପ୍ରକାଶ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ ଲଢେଇ, ଡ୍ରେସିଂ ରୁମ୍‌ରେ କୋଳାକୋଳି

ନୂଆଦିଲ୍ଲୀ,୧୭।୫: ଆଇପିଏଲ ୨୦୨୪ର ୬୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସର ଘରୋଇ...

କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍‌! ଏବେଠୁ କଲେଣି…

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର...

କ୍ରିଷ୍ଟିଆନ ରୋନାଲଡୋ ସର୍ବାଧିକ ଦରମା ପ୍ରାପ୍ତ ଆଥଲେଟ୍

ନୂଆଦିଲ୍ଲୀ,୧୭ା୫: ବିଶ୍ୱର ଶ୍ରେଷ୍ଠ ଆୟ କରୁଥିବା ଖେଳାଳିଙ୍କ ତାଲିକା ଫୋର୍ବସ୍ ପକ୍ଷରୁ ପ୍ରକାଶ ପାଇଛି। ଏହି ତାଲିକାରେ ତାରକା ଫୁଟବଲର କ୍ରିଷ୍ଟିଆନ ରୋନାଲଡୋ ଶୀର୍ଷରେ ରହିଛନ୍ତି।...

ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ

ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ...

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri