Posted inଖେଳ

ଜାଡେଜାଙ୍କ ପାଇଁ ନିଜ ଉଇକେଟ୍‌କୁ ବଳି ପକାଇଲେ ସରଫରାଜ: ଦର୍ଶକ ଛିଡା ହୋଇ ମାରିଲେ ତାଳି

ରାଜକୋଟ,୧୫।୨: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ ସରଫରାଜ ଖାନ ଏକ ଭଲ ଡେବ୍ୟୁ କରିଛନ୍ତି। ସେ ଡେବ୍ୟୁ ଇନିଂସରେ ଅର୍ଦ୍ଧଶତକ ହାସଲ କରିଥିଲେ। ଏଥିପାଇଁ ସେ ମାତ୍ର ୪୮ଟି ବଲ ଖେଳିଥିଲେ। ସେ ମାତ୍ର ୫୮ ବଲ୍‌ରେ ୬୨ ରନ୍‌ କରି ଆଉଟ୍‌ ହୋଇଥିଲେ। ଏଥିରେ ୯ ଚୌକା ଏବଂ ଗୋଟିଏ ଛକା ସାମିଲ ଥିଲା। ଅନ୍ୟପଟେ ଶତକର ନିକଟତର ଥିବା ରବିନ୍ଦ୍ର ଜାଡେଜାଙ୍କ ପାଇଁ ସେ ନିଜ ଉଇକେଟ୍‌କୁ ବଳି ପକାଇଥିଲେ। ସରଫରାଜ୍‌ ଆଉଟ୍‌ ହେବା କ୍ଷଣି ଷ୍ଟାଡିୟମରେ ଦର୍ଶକ ଛିଡା ହୋଇ ତାଳି ମାରିଥିଲେ।
ଏହାପୂର୍ବରୁ ରାଜକୋଟରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏକ ଶତକ ହାସଲ କରିଥିଲେ। ସେ ନିଜ ଟେଷ୍ଟ କ୍ୟାରିୟରର ୧୧ତମ ଶତକକୁ ୧୫୭ ବଲରେ ପୂରଣ କରିଥିଲେ। ରାଜକୋଟରେ ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ଗୋଟିଏ ସମୟରେ ଭାରତୀୟ ଦଳ ୩୩ ରନରେ ୩ଟି ଉଇକେଟ ହରାଇଥିଲା। ଏହା ପରେ ରୋହିତ ରବୀନ୍ଦ୍ର ଜାଡେଜାଙ୍କ ସହ ଚତୁର୍ଥ ଉଇକେଟ ପାଇଁ ୨୦୪ ରନ ରେକର୍ଡ ଭାଗିଦାରୀ କରି ଭାରତକୁ ଏକ ଶକ୍ତିଶାଳୀ ସ୍ଥିତିରେ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri