ନୂଆଖାଇ ପାଇଁ ମା’ ସମଲେଇଙ୍କ ପୀଠରେ ପହଞ୍ଚିଲା ସରିଆ ଧାନ

ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଖାଇରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ନିକଟରେ ଲାଗି ହେବ ନୂତନ ସରିଆଧାନ। ଏଥିପାଇଁ ଆଜି ମା’ ସମଲେଇଙ୍କ ପୀଠରେ ପହଞ୍ଚିଛି ନୂଆଁ ସରିଆ ଧାନ। ପ୍ରତିବର୍ଷ ଭଳି ଚଳିତ ବଷ ମଧ୍ୟ ମା ସମଲେଇଙ୍କ ନିକଟରେ ନବାନ୍ନ ଲାଗି ପାଇଁ ବଲବସପୁର ଗ୍ରାମର ସୁବାଷ ବେହେରା ଓ ତାଙ୍କ ପରିବାର ନୂଆଖାଇ ପୂର୍ବରୁ ରବିବାର ସରିଆଧାନକୁ ଆଣି ମାଁଙ୍କ ମଧ୍ୟ ପୂଜକଙ୍କୁ ପ୍ରଦାନ କରିଛନ୍ତି। ସୁବାଷଙ୍କ ପରିବାର ସରିଆଧାନ ଧରି ମାଁଙ୍କ ପୀଠରେ ମଧ୍ୟ ପୂଜକ ସହ ସମସ୍ତ ପୂଜକ ସେମାନଙ୍କୁ ପାରମ୍ପରିକ ବାଦ୍ୟ, ଶଙ୍ଖ, ଘଣ୍ଟ ହୁଳହୁଳି ମଧ୍ୟରେ ସ୍ବାଗତ କରିଯାଇଥିଲା।
ବିଧି ଅନୁସାରେ ପୂଜକଙ୍କ ପରିବାରବର୍ଗ ଏକାଠି ମିଶି ସମସ୍ତେ ଉକ୍ତ ନୂଆଁ ସରିଆଧାନ କେଣ୍ଡାକୁ ଗଣେଷ ପୂଜା ଦିନ ସଯତ୍ନେ ସଫା କରିବେ। ଏହା ପରେ କେଣ୍ଡାରୁ ଧାନ ଅଲଗା କରି ତାକୁ ଢିଙ୍କିଆରେ କୁଟି ଚାଉଳ ବାହାର କରିବେ। ପରେ ଉକ୍ତ ଚାଉଳକୁ ଭାଜି ଗୁଡ ଓ ଘିଅ ଦେଇ କ୍ଷୀରି ସ୍ବରୂପ ନବାନ୍ନ ପ୍ରସ୍ତୁତ କରି ନୂଆଁଖାଇ ଦିନ ମାଙ୍କ ନିକଟରେ ଲାଗି କରିବେ। ସୂଚନାଯୋଗ୍ୟ େ ୬୦ ଦିନରେ ଉତ୍ପାଦନ ହେଉଥିବା ଏହି ସରିବା କିସମ ଧାନ ପାଇଁ ସୁବାଷ ବେହେରାଙ୍କ ପରିବାର ସଠିକ ସମୟରେ ଚାଷ କରି ଠିକ ନୂଆଁଖାଇ ପୂର୍ବରୁ ଉତ୍ପାଦନ କରି ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri