Posted inଜାତୀୟ

ସରକାରୀ ଅଧିକାରୀଙ୍କୁ ତାଲିବାନୀଙ୍କ ସହ ତୁଳନା କଲେ କୃଷକ ନେତା

ଚଣ୍ଡିଗଡ଼,୨୯।୮: କୃଷକଙ୍କ ମୁଣ୍ଡକୁ ମାରି ପଠାଇଦେବା ପାଇଁ ପୋଲିସକର୍ମୀଙ୍କୁ ଜଣେ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ସେମାନେ ଆମକୁ ଖଲିସ୍ତାନୀ କହୁଛନ୍ତି। ଯଦି ତୁମେ ଆମକୁ ଖଲିସ୍ତାନୀ ଓ ପାକିସ୍ତାନୀ କହିବ, ତେବେ ଆମେ କହିବୁ ସରକାରୀ ତାଲିବାନୀ ପୂରା ଦେଶକୁ ମାଡ଼ି ବସିଛନ୍ତି। ସେମାନେ ସରକାରୀ ତାଲିବାନ୍‌। ଏଭଳି ସ୍ବରରେ କର୍ନାଲ ଏସ୍‌ଡିଏମ୍‌ ଆୟୂଷ ସିହ୍ନାଙ୍କୁ ସମାଲୋଚନା କରିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ୍‌।

ଆନ୍ଦୋଳନରତ କୃଷକଙ୍କୁ ସମ୍ବୋଧନ ଦେଇ ଟିକାଏତ୍‌ କହିଛନ୍ତି, ଏଭଳି ସରକାରୀ ଅଧିକାରୀଙ୍କୁ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଷ୍ଟିଂ ଦିଆଯିବା ଉଚିତ୍‌।

ଉଲ୍ଲେଖଯୋଗ୍ୟ, ଭାଜପା ନେତାଙ୍କ ଏକ ବୈଠକକୁ ବିରୋଧ କରି କୃଷକମାନେ ହରିୟାଣାର କର୍ନାଲଠାରେ ଆନ୍ଦୋଳନ କରୁଥିଲେ। ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମୀଙ୍କୁ କୃଷକଙ୍କ ମୁଣ୍ଡ ଫଟାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ଏସ୍‌ଡିଏମ୍‌ ଆୟୂଷ। ପୋଲିସ କର୍ମୀଙ୍କୁ ନିର୍ଦ୍ଦେଶ ଦେବାର ବେଳର ଭିଡିଓ ଭାଇରାଲ ହେବା ପରେ ଭାଜପା ଏମ୍‌ପି ବରୁଣ ଗାନ୍ଧୀଙ୍କ ସମେତ ବହୁ ଜାତୀୟ ରାଜନେତା ଏହି ଘଟଣାକୁ ନିନ୍ଦା କରିଥିଲେ। ତେବେ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତାଲା ରବିବାର ଏସ୍‌ଡିଏମ୍‌ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri