ଉପଜିଲାପାଳଙ୍କ ଗାଡ଼ିକୁ ବାଲି ବୋଝେଇ ଟ୍ରକ ଧକ୍କା ଦେବା ମାମଲା: ସରପଞ୍ଚଙ୍କ ସମେତ ୨ ଗିରଫ

ବରଗଡ଼,୧୮।୧: ପଦ୍ମପୁର ଉପଜିଲାପାଳ ସ୍ନେହା ଅରୁଗୁଲାଙ୍କ ଗାଡ଼ିକୁ ବାଲି ବୋଝେଇ ଟ୍ରକ୍ ଧକ୍କା ଦେବା ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଭଇଁସାଦରହା ସରପଞ୍ଚ ମନୋଜ ପ୍ରଧାନ ଏବଂ ତାଙ୍କ ସହଯୋଗୀ ଅଜହରୁଦ୍ଦିନ ଖାନ।

ଗତ ଜାନୁଆରୀ ୧୨ ତାରିଖ ସକାଳ ପ୍ରାୟ ୯:୩୦ ସମୟରେ ଉପଜିଲାପାଳ ସ୍ନେହା ଅରୁଗୁଲା ଜଗଦଲପୁରରୁ ପଦ୍ମପୁର ଅଭିମୁଖେ ଯାଉଥିଲେ। ସେହି ସମୟରେ ସରେଇକେଲା ବାଲିଘାଟ ନିକଟରେ ଏକ ବାଲି ବୋଝେଇ ଭାରୀ ଟ୍ରକ୍ ତାଙ୍କ ଗାଡ଼ିକୁ ଧକ୍କା ଦେଇଥିଲା। ଏହି ଘଟଣା ପରେ ପୋଲିସ ପୂର୍ବରୁ ଟ୍ରକ୍ ଡ୍ରାଇଭରକୁ ଗିରଫ କରି ତଦନ୍ତ ଜାରି ରଖିଥିଲା।

ଜୁନିୟର ମାଇନିଂ ଅଫିସର ଚନ୍ଦନ ସାହୁଙ୍କ ଅଭିଯୋଗ ଆଧାରରେ ଜଗଦଲପୁର ପୋଲିସ ତଦନ୍ତ କରି ଜାଣିବାକୁ ପାଇଥିଲା ଯେ, ଗିରଫ ସରପଞ୍ଚ ମନୋଜ ପ୍ରଧାନ ସମ୍ପୃକ୍ତ ସରେଇକେଲା ବାଲିଘାଟର ଲିଜ୍‌ଧାରୀ ମଧ୍ୟ ଅଟନ୍ତି। ଏହି ମାମଲାରେ ତାଙ୍କ ସହଯୋଗୀ ଅଜହରୁଦ୍ଦିନଙ୍କୁ ମଧ୍ୟ ପୋଲିସ କାବୁ କରିଛି।

ଜଗଦଲପୁର ଥାନା ଅଧିକାରୀ (IIC) ଅଭିମନ୍ୟୁ ଦୁର୍ଗା ସୂଚନା ଦେଇଛନ୍ତି ଯେ, ଗିରଫ ସରପଞ୍ଚ ଓ ତାଙ୍କ ସହଯୋଗୀଙ୍କୁ ସ୍ଥାନୀୟ କୋର୍ଟରେ ହାଜର କରାଯାଇଛି। ଏହି ଘଟଣାରେ ଆଉ କାହାର ସଂପୃକ୍ତି ଅଛି କି ନାହିଁ, ସେ ନେଇ ପୋଲିସ ଅଧିକ ଛାନଭିନ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri