ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା ପରେ ଏସ୍‌ପି ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିବା ସହ ଏସ୍‌ଆଇଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଛନ୍ତି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଆଠଗଡପାଟଣା ପଞ୍ଚାୟତରେ।
ଆଠଗଡପାଟଣା ସରପଞ୍ଚ ସୁନୀଲ କୁମାର ପୋଲେଇ ଶୁକ୍ରବାର ସକାଳେ କବିସୂର୍ଯ୍ୟ ବିଦ୍ୟାପୀଠ ସ୍ଥିତ ସଙ୍ଗରୋଧ କେନ୍ଦ୍ରକୁ ଯାଇ ଅନ୍ତେବାସୀଙ୍କ ଖାଦ୍ୟପେୟ ବ୍ୟବସ୍ଥା ତଦାରଖ କରି ଘରକୁ ଫେରୁଥିଲେ। ରାସ୍ତାରେ ପୋଲିସ ପାଟ୍ରୋଲିଂ ଭ୍ୟାନ ତାଙ୍କୁ ଅଟକାଇ ମାସ୍କ କାହିଁକି ପିନ୍ଧିନାହଁ ବୋଲି ପଚାରିବା ସହ ନିସ୍ତୁକ ପିଟିଥିଲା। ସରପଞ୍ଚ ଗ୍ରାମରେ ପହଞ୍ଚତ୍ ଘଟଣା ସମ୍ପର୍କରେ କହିବା ପରେ ଶତାଧିକ ଲୋକ ଆସି ଆସିକା-ଭୁବନେଶ୍ୱର ମୁଖ୍ୟରାସ୍ତାକୁ ପ୍ରାୟ ୩ ଘଣ୍ଟା ଧରି ଅବରୋଧ କରିଥିଲେ। କବିସୂର୍ଯ୍ୟନଗର ତହସିଲଦାର ପ୍ରକାଶ କୁମାର ମିଶ୍ର, ଥାନା ଅଧିକାରୀ ପ୍ରଭାତ ସାହୁ, ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏନେଇ ଏସ୍‌ପି ବ୍ରିଜେଶ କୁମାର ରଏଙ୍କୁ ଅବଗତ କରାଯାଇଥିଲା। କର୍ତ୍ତବ୍ୟରତ ସରପଞ୍ଚଙ୍କୁ ମାଡ଼ ମାରିଥିବା କନଷ୍ଟେବଳ ଅଶୋକ ମଲ୍ଲିକଙ୍କୁ ନିଲମ୍ବିତ କରିବା ସହ ସବ୍‌ ଇନ୍ସପେକ୍ଟର ଅର୍ଜୁନ କହଁରଙ୍କୁ କବିସୂର୍ଯ୍ୟନଗର ଥାନାରୁ ଜିଲା ମୁଖ୍ୟାଳୟକୁ ବଦଳି ଆଦେଶ ଦେଇଥିଲେ ଏସ୍‌ପି ରଏ। ଏହାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଅପରାହ୍ନରେ ପୂର୍ତ୍ତବିଭାଗ ଡାକବଙ୍ଗଳାରେ ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଉପାଧ୍ୟକ୍ଷା, ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟଙ୍କୁ ନେଇ ଏକ ବୈଠକ ହୋଇଥିଲା। ମାଡ ମାରିଥିବା ପୋଲିସଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଜନପ୍ରତିନିଧିମାନେ ସମୂହ ଇସ୍ତଫା ଦେବାକୁ ନିଷ୍ପତ୍ତି ହୋଇଥିବା ଅଧ୍ୟକ୍ଷ ପାଢୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri