ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା ପରେ ଏସ୍‌ପି ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିବା ସହ ଏସ୍‌ଆଇଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଛନ୍ତି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଆଠଗଡପାଟଣା ପଞ୍ଚାୟତରେ।
ଆଠଗଡପାଟଣା ସରପଞ୍ଚ ସୁନୀଲ କୁମାର ପୋଲେଇ ଶୁକ୍ରବାର ସକାଳେ କବିସୂର୍ଯ୍ୟ ବିଦ୍ୟାପୀଠ ସ୍ଥିତ ସଙ୍ଗରୋଧ କେନ୍ଦ୍ରକୁ ଯାଇ ଅନ୍ତେବାସୀଙ୍କ ଖାଦ୍ୟପେୟ ବ୍ୟବସ୍ଥା ତଦାରଖ କରି ଘରକୁ ଫେରୁଥିଲେ। ରାସ୍ତାରେ ପୋଲିସ ପାଟ୍ରୋଲିଂ ଭ୍ୟାନ ତାଙ୍କୁ ଅଟକାଇ ମାସ୍କ କାହିଁକି ପିନ୍ଧିନାହଁ ବୋଲି ପଚାରିବା ସହ ନିସ୍ତୁକ ପିଟିଥିଲା। ସରପଞ୍ଚ ଗ୍ରାମରେ ପହଞ୍ଚତ୍ ଘଟଣା ସମ୍ପର୍କରେ କହିବା ପରେ ଶତାଧିକ ଲୋକ ଆସି ଆସିକା-ଭୁବନେଶ୍ୱର ମୁଖ୍ୟରାସ୍ତାକୁ ପ୍ରାୟ ୩ ଘଣ୍ଟା ଧରି ଅବରୋଧ କରିଥିଲେ। କବିସୂର୍ଯ୍ୟନଗର ତହସିଲଦାର ପ୍ରକାଶ କୁମାର ମିଶ୍ର, ଥାନା ଅଧିକାରୀ ପ୍ରଭାତ ସାହୁ, ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏନେଇ ଏସ୍‌ପି ବ୍ରିଜେଶ କୁମାର ରଏଙ୍କୁ ଅବଗତ କରାଯାଇଥିଲା। କର୍ତ୍ତବ୍ୟରତ ସରପଞ୍ଚଙ୍କୁ ମାଡ଼ ମାରିଥିବା କନଷ୍ଟେବଳ ଅଶୋକ ମଲ୍ଲିକଙ୍କୁ ନିଲମ୍ବିତ କରିବା ସହ ସବ୍‌ ଇନ୍ସପେକ୍ଟର ଅର୍ଜୁନ କହଁରଙ୍କୁ କବିସୂର୍ଯ୍ୟନଗର ଥାନାରୁ ଜିଲା ମୁଖ୍ୟାଳୟକୁ ବଦଳି ଆଦେଶ ଦେଇଥିଲେ ଏସ୍‌ପି ରଏ। ଏହାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଅପରାହ୍ନରେ ପୂର୍ତ୍ତବିଭାଗ ଡାକବଙ୍ଗଳାରେ ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଉପାଧ୍ୟକ୍ଷା, ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟଙ୍କୁ ନେଇ ଏକ ବୈଠକ ହୋଇଥିଲା। ମାଡ ମାରିଥିବା ପୋଲିସଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଜନପ୍ରତିନିଧିମାନେ ସମୂହ ଇସ୍ତଫା ଦେବାକୁ ନିଷ୍ପତ୍ତି ହୋଇଥିବା ଅଧ୍ୟକ୍ଷ ପାଢୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri