ସରପଞ୍ଚ, ଭାଜପା ମଣ୍ଡଳ ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ

ହିଞ୍ଜିଳିକାଟୁ,୨୦।୬(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମପଞ୍ଚାୟତ ସରପଞ୍ଚ ରାମରାଘବ ପାତ୍ର ଓିପେ ପିତଳ ମଣ୍ଡଳ ସଭାପତି ବିଜୟ ପ୍ରଧାନଙ୍କୁ ୮ରୁ ଊଦ୍ଧର୍‌ବ ବ୍ୟକ୍ତି ସଂଘବଦ୍ଧ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ପରିବାର ଲୋକେ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଆକ୍ରମଣକାରୀମାନଙ୍କୁ ତୁରନ୍ତ ଗିରଫ ଦାବିରେ ପିତଳ ପଞ୍ଚାୟତର ବହୁ ମହିଳା ଓ ପୁରୁଷ ହିଞ୍ଜିଳି ଥାନା ଘେରାଉ କରିଛନ୍ତି।

ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ଗୁରୁବାର ସନ୍ଧ୍ୟାରେ ସରପଞ୍ଚ ଓ ଭାଜପା ମଣ୍ଡଳ ସଭାପତି ପ୍ରଧାନ ପିତଳ ବନ୍ୟା ଆଶ୍ରୟସ୍ଥଳ ନିକଟରେ କଥା ହେଉଥିଲେ। ଏହି ସମୟରେ ୫ଟି ବାଇକରେ ୮ରୁ ଉଦ୍ଧର୍‌ବ ବ୍ୟକ୍ତି ଆସି ହଠାତ୍‌ କାଠ ଫାଳିଆ ଓ ଅନ୍ୟ ମାରଣାସ୍ତ୍ରରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଉଭୟେ ଚେତା ଶୂନ୍ୟ ହୋଇ ତଳେ ପଡିଯିବା ଦେଖି ଆକ୍ରମଣକାରୀମାନେ ସେଠାରୁ ପଳାଇଥିଲେ। ସୂଚନାଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନ ପରଠାରୁ ଉକ୍ତ ପଞ୍ଚାୟତରେ ସରପଞ୍ଚ ଓ ତାଙ୍କ ବିପକ୍ଷ ଗୋଷ୍ଠୀ ମଧ୍ୟରେ ବିବାଦ ଓ ଅଶାନ୍ତି ଲାଗି ରହିଛି। ବିଭିନ୍ନ ସମୟରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟି ଥାନାକୁ ମାମଲା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri