ଜିଅନ୍ତା ମାଛ ଧରି ସରପଞ୍ଚ ପ୍ରାର୍ଥିନୀଙ୍କ ପ୍ରଚାର

ନବରଙ୍ଗପୁର,୩୧ା୧(ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପାତ୍ରୀ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୪ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଭଗବତୀ ଭତରା(ମାଛଚିହ୍ନ), ହରପ୍ରିୟା ନାୟକ(ସୂର୍ଯ୍ୟ), ଲକ୍ଷ୍ମୀ ଜାନୀ(ଖୋଲାଛତା) ଓ ପୂର୍ଣ୍ଣିମା ଜାନୀ (ବହି) ଚିହ୍ନରେ ପ୍ରଚାର ଚଳାଇଛନ୍ତି। ପଞ୍ଚାୟତରେ ୬ ରାଜସ୍ବ ଗାଁ ସମେତ ୨୧ ପଡ଼ା ଗାଁ ରହିଛି। ୬ ହଜାର ୬୩୩ ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତେବେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ଭଗବତୀ ଭତରା ଏଥର ପାତ୍ରୀ ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ନିର୍ବାଚନ ଲଢୁଛନ୍ତି। ସେ ଜିଲା ପରିଷଦ ଅଧ୍ୟକ୍ଷା ରହିବା ପରେ ସରପଞ୍ଚ ପ୍ରାର୍ଥୀ ହେବା ଯେତିକି ଚର୍ଚ୍ଚାର ବିଷୟ ହୋଇଛି ତାଙ୍କ ଅଭିନବ ପ୍ରଚାର ତାହାଠାରୁ ଅଧିକ ରୋଚକ ହୋଇଛି। ପ୍ରାର୍ଥୀ ନିଜ ଚିହ୍ନର ପରିଚୟରେ ଭୋଟରଙ୍କ ନିକଟକୁ ଯାଉଛନ୍ତି। ଭଗବତୀ ମାଛ ଚିହ୍ନରେ ପ୍ରଚାର ପାଇଁ ଜିଅନ୍ତା ମାଛ ହାତରେ ଧରି ଭୋଟରଙ୍କ ପାଖକୁ ଯାଉଛନ୍ତି। ସୂଚନାଯୋଗ୍ୟ, ଅଙ୍ଗନୱାଡି କର୍ମୀ ଚାକିରି ଛାଡ଼ି ଭଗବତୀ ରାଜନୀତିରେ ପ୍ରବେଶ କରିଥିଲେ। ୨୦୧୭ ପଞ୍ଚାୟତ ନିର୍ବାଚନରେ ପାପଡ଼ାହାଣ୍ଡି ଜିଲା ପରିଷଦ ଜୋନ୍‌-୩ର ଜିଲା ପରିଷଦ ସଭ୍ୟା ଭାବେ ନିର୍ବାଚିତ ହୋଇ ନବରଙ୍ଗପୁର ଜିଲା ପରିଷଦ ଅଧ୍ୟକ୍ଷା ହୋଇଥିଲେ। ୨୦୨୨ ପର୍ଯ୍ୟନ୍ତ ସେ ଏହି ପଦରେ ରହିଥିଲେ। ତେଣୁ ରାଜନୀତି ମୋହ ବଢ଼ିଥିଲା। ଏବେ ସେ ସରପଞ୍ଚ ପ୍ରାର୍ଥିନୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ତାଙ୍କ ଅଭିନବ ପ୍ରଚାର ଭୋଟରଙ୍କ ମଧ୍ୟରେ ବି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ତେବେ ସରପଞ୍ଚ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିବାର ମୂଳଲକ୍ଷ୍ୟ ଜନସେବା ବୋଲି ଭଗବତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?