ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ ଡ୍ରେନ୍‌ ପାଣି ଜମା ରହିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ହେଉଥିଲା। ଲଗାତର ଦୁଇଦିନ ବର୍ଷା ହେବା ଦ୍ୱାରା ଜମିବାଡ଼ିରେ ପାଣି ଜମିଗଲାଣି। ଗାଁ ରାସ୍ତାରେ ପାଣି ଜମି ରହୁଛି। ଗ୍ରାମବାସୀ ବେଲଖଣ୍ଡି ସରପଞ୍ଚ ଶୁଶାନ୍ତ ବାଗଙ୍କୁ ଏନେଇ ଅଭିଯୋଗ କରିଥିଲେ। ସରପଞ୍ଚ ସୁଶାନ୍ତ ବାଗ ଡ୍ରେନ୍‌ ସଫା କରିବାକୁ ଶ୍ରମିକ ଖୋଜି ଥିଲେ। କିନ୍ତୁ ଚାଷଦିନରେ ଶ୍ରମିକ ନ ମିଳିବାରୁ ନିଜେ ଉଦ୍ୟମ କରି ଅଳିଆ ଆବର୍ଜନା ଭର୍ତ୍ତି ହୋଇଥିବା ଡ୍ରେନ୍‌କୁ ସଫା କରିଥିଲେ। ବେଲଖଣ୍ଡି ସରପଞ୍ଚ ସୁଶାନ୍ତ ବାଗ ନିଜେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତି । ମାତ୍ର ସେ ନିଜ ଚିନ୍ତା ନ କରି ଡ୍ରେନ ସଫା କରିବା ପାଇଁ ନିଜ ସରଞ୍ଜାମ ଧରି ବାହାରି ପଡ଼ିଥିଲେ। ଫଳରେ ତାଙ୍କ ଏହି ଗ୍ରାମ ଏବଂ ପଞ୍ଚାୟତ ପାଇଁ ପ୍ରେମ ଭାବନା ଏବଂ ଉଦାରତା ଦେଖି ଗ୍ରାମର ଅନ୍ୟ କିଛି ବ୍ୟକ୍ତି ମଧ୍ୟ ବାହାରି ସରପଞ୍ଚ ମହୋଦୟଙ୍କୁ ସହଯୋଗର ହାତ ବଢ଼ାଇ ଡ୍ରେନ ସଫା କରିବା ସହିତ ପାଣି ନିଷ୍କାସନ କରିଥିଲେ। ପୂର୍ବରୁ ମଧ୍ୟ ସରପଞ୍ଚ ବେଲଖଣ୍ଡି ପଞ୍ଚାୟତରେ ଅନେକ ଭଲ କାର୍ଯ୍ୟ କରି ଆସିଥିବାବେଳେ ଯଦି ନିଜ ପଞ୍ଚାୟତରେ କୌଣସି ବ୍ୟକ୍ତିର ମୃତ୍ୟୁ ହୋଇଯାଏ ତେବେ ହରିଶ୍ଚନ୍ଦ୍ର ଯୋଜନା ମାଧ୍ୟମରେ ପ୍ରଶାସନର ଟଙ୍କାକୁ ଅପେକ୍ଷା ନକରି ପ୍ରଥମେ ନିଜ ବ୍ୟକ୍ତିଗତ ଟଙ୍କାରୁ ମୃତକଙ୍କ ପରିବାରଙ୍କୁ ଶେଷକୃତ୍ୟ ସମ୍ପନ୍ନ ପାଇଁ ୩ ହଜାର ଟଙ୍କା ପ୍ରଦାନ କରଥିବା ନଜିର ରହିଛି। ଏଥିସହ ନିଜ ପଞ୍ଚାୟତରେ କୌଣସି ଅସହାୟ ଏବଂ ଗରିବ ପରିବାରଙ୍କୁ ନିଜ ପକ୍ଷରୁ ଆର୍ଥିକ ସହ ଅନ୍ୟାନ୍ୟ ସହାୟତା କରିବା ମଧ୍ୟ ପଞ୍ଚାୟତବାସୀ କୁହନ୍ତି। ଫଳରେ ବେଲଖଣ୍ଡି ପଞ୍ଚାୟତରେ ସରପଞ୍ଚ ସୁଶାନ୍ତ ବାଗ ନିଜ କାର୍ଯ୍ୟକାଳରେ ବ୍ଲକଠୁ ନେଇ ଜିଲାର ଅନେକ କାର୍ଯ୍ୟକ୍ରମରେ ସମ୍ମାନିତ ମଧ୍ୟ ହୋଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?