ବିରଳ କୃତିତ୍ୱ ପାଇଁ ସରପଞ୍ଚଙ୍କୁ ସମ୍ବର୍ଦ୍ଧନା

ପାଟଣା,୧।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଞ୍ଚାୟତ ସରପଞ୍ଚ ବିନତି ବାନରା ନୂଆ ଦିଲ୍ଲୀର ୭୯ତମ ସାଧୀନତା ଦିବସ ପରେଡ଼ରେ ପଞ୍ଚାୟତ ରାଜ ସଦସ୍ୟ ଭାବେ ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇ ଫେରିଛନ୍ତି। ଏଥିସହ ସେ ସାଧୀନତା ଦିବସ ଅବସରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ସାଧୀନତା ଦିବସର ଗରିମାମୟ ଉପଲବ୍ଧି ସାଉଁଟିଛନ୍ତି। ଏଭଳି ବିରଳ କୃତିତ୍ୱ ପାଇଁ ସୋମବାର ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସଭା ଗୃହରେ ୨୯ ନମ୍ବର ଜିଲା ପରିଷଦ ବୁଦ୍ଧଦେବ ମହାକୁଡ଼ଙ୍କ ସଂଯୋଜନାରେ ପଞ୍ଚାୟତ ବିନତି ବାନାରାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।
ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକ,୨୩ ନମ୍ବର ଜୋନ ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ,ବଡପାଟଣା ସମିତି ସଭ୍ୟ ମୋହନ ସୁନ୍ଦର୍‌ ମହାନ୍ତ, ଏରେଣ୍ଡେଇ ସରପଂଚ ପାର୍ବତୀ ଦେହୁରୀ,ରାଜନ ଗର ସମିତି ସଭ୍ୟ ଅବନୀ ନାଏକ ପାଟଣା ବ୍ଲକ ବିଜେଡି ସଭା ପତି ମାଧବା ନନ୍ଦ ପୃଷ୍ଟୀ, ବରିଷ୍ଠ ବିଜେଡି ନେତା ପ୍ରଶାନ୍ତ ଭଞ୍ଜ, ନିରଞ୍ଜନ ତ୍ରିପାଠୀ, ଅନ୍ତର୍ଯ୍ୟାମୀ ସେଠୀ, ଚମ୍ପୁଆ ବ୍ଲକ ବିଜେଡି ନେତା ଭାଗିରଥି ଦାଶ,ସୁମିତ କୁମାର ପତି, ସନ୍ତୋଷ ତ୍ରିପାଠୀ, ପ୍ରିତମ କୁମାର ପଣ୍ଡା, ଦେବାଶିଷ ମିଶ୍ର, ସୁଦାମ ଦାଶ, ସନ୍ତୋଷ କୁମାର କର, ସୁଜିତ୍‌ କୁମାର ଦାଶ ବିଦ୍ୟାଧର ରାଉଳ ପ୍ରମୁଖ ସାମିଲ ହୋଇ ପୁଷ୍ପ ଗୁଚ୍ଛ ଓ ଉପଢ଼ୌକନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri