ରହସ୍ୟ ଘେରରେ ସରପଞ୍ଚ ଦୀପାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ,୧୩।୩(ସ୍ବ.ପ୍ର.): ପୁରୀ ଜିଲା ନିମାପଡ଼ାର ଡେଲ୍‌ଟା ଛକରେ ସରପଞ୍ଚ ଦୀପା ବେହେରା(୩୨)ଙ୍କ ମୃତ୍ୟୁ ଘଟଣାକୁ ନେଇ ରହସ୍ୟ ବଢିବାରେ ଲାଗିଛି। ସଡ଼କ ଦୁର୍ଘଟଣାରେ ଦୀପାଙ୍କ ମୃତ୍ୟୁ ଘଟିଛି ନା ତାଙ୍କୁ ଯୋଜନାବଦ୍ଧ ଭାବେ ଗାଡ଼ି ଚଢ଼ାଇ ମାରିଦିଆଯାଇଛି ତାହା ଏବେ ସାଧାରଣରେ ପ୍ରଶ୍ନବାଚୀ ହୋଇଛି। ପୂର୍ବରୁ ୨୦୧୮ ସେପ୍ଟେମ୍ବରରେ ଦୀପାଙ୍କ ସ୍ବାମୀ ତଥା ତତ୍କାଳୀନ ବୀରରାମଚନ୍ଦ୍ରପୁର ସରପଞ୍ଚ ଅଜୟ କୁମାର ବେହେରାଙ୍କ ମୃତଦେହ ତାଙ୍କ ଘର ନିକଟ ରେଳଧାରଣାରୁ ମିଳିଥିଲା। ତାଙ୍କୁ ହତ୍ୟା କରାଯାଇଥିବାନେଇ ସେତେବେଳେ ଚର୍ଚ୍ଚା ଜୋର ଧରିଥିଲା। ସେହିପରି ୨୦୧୯ ଜୁଲାଇରେ ଅଜୟଙ୍କ ଦୁଇ ଭାଇ ପୂର୍ଣ୍ଣଚନ୍ଦ୍ର ବେହେରା, କୃଷ୍ଣ ବେହେରା ଓ ଦାଦା ପୁଅ ଭାଇ ପଞ୍ଚୁଆ ବେହେରାଙ୍କୁ ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ପଟ୍ଟନାୟକିଆ ଛକଠାରେ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା। ଫଳରେ ଘଟଣାସ୍ଥଳରେ ଏହି ୩ଜଣଙ୍କର ମୃତ୍ୟୁ ହୋଇଯାଇଥିଲା। ପୂର୍ବ ଶତ୍ରୁତା ତଥା ରାଜନୈତିକ ଶତ୍ରୁତା କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିଲା ବୋଲି କୁହାଯାଉଛି। ଏହି ଘଟଣାର ୩ ବର୍ଷ ପରେ ଏବେ ଦୀପାଙ୍କ ଏଭଳି ମୃତ୍ୟୁକୁ ନେଇ ସାଧାରଣରେ ନାନା ଆଲୋଚନା ହେଉଛି। ଦୀପାଙ୍କ ଏଭଳି ମୃତ୍ୟୁକୁ ଅଞ୍ଚଳବାସୀ ସହଜରେ ଗ୍ରହଣ କରିପାରୁନାହାନ୍ତି। ଦୀପାଙ୍କୁ ଯୋଜନାବଦ୍ଧ ଭାବେ ମାରିଦିଆଯାଇଥିବା ଅନେକେ ସନ୍ଦେହ ବ୍ୟକ୍ତ କରୁଛନ୍ତି। ତେବେ ନିମାପଡ଼ା ଥାନା ଆଇଆଇସି ଶଙ୍କର୍ଷଣ ଦଳାଇ କହିଛନ୍ତି, ପ୍ରାଥମିକ ପର୍ଯ୍ୟାୟରେ ଦୁର୍ଘଟଣାଜନିତ ମୃତ୍ୟୁ ନେଇ ଅଭିଯୋଗ କ୍ରମେ ଏକ ମାମଲା (ନଂ. ୬୬/୨୩) ରୁଜୁ କରାଯାଇଛି। ପୋଲିସ ସମ୍ପୃକ୍ତ ଦୁଇ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି। ତଦନ୍ତ ପରେ ଯାହାକିଛି ସ୍ପଷ୍ଟ ହେବ। ଅନ୍ୟପକ୍ଷରେ ରବିବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବାବେଳେ ୯ ବର୍ଷର ପୁତ୍ର ଆୟୁଷ ମୁଖାଗ୍ନି ଦେଇଥିଲେ।
ସୂଚନା ମୁତାବକ, ଶନିବାର ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମର ଦୀପା ତାଙ୍କ ପରିବାର ସହ ନିମାପଡ଼ାର ଏକ ବିବାହ ଭୋଜିରେ ଯୋଗଦେଇଥିଲେ। ସେଠାରୁ ଦୀପାଙ୍କ ମା’ ଏବଂ ଭାଇ ଏକ ବାଇକ୍‌ରେ ଫେରୁଥିବାବେଳେ ସେ ଓ ତାଙ୍କ ପୁତୁରା ଅନ୍ୟ ଏକ ବାଇକ୍‌ (ଓଡି୦୨ଏଏକ୍ସ-୭୨୭୭) ଯୋଗେ ଘରକୁ ଫେରୁଥିଲେ। ଡେଲ୍‌ଟା ଛକରେ କୌଣସି କାରଣରୁ ଦୀପା ବାଇକ୍‌ରୁ ଖସିପଡ଼ିଥିଲେ। ଏହି ସମୟରେ ଦ୍ରୁତଗତିରେ ସାମ୍‌ନାପଟୁ ଆସୁଥିବା ଏକ ହାଇୱା (ଓଡି ୦୫ ବିଏ-୦୫୦୧) ତାଙ୍କ ମୁଣ୍ଡ ଉପରେ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଚାଳକ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ନିମାପଡ଼ା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା। ଦୀପାଙ୍କ ପୁତୁରା ପ୍ରଶାନ୍ତ ବେହେରା ଏ ସଂକ୍ରାନ୍ତରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଘଟଣା ନେଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ଭାଜପା ନେତା ଓମ୍‌ ପ୍ରକାଶ ମିଶ୍ର, ଜିଲା ପରିଷଦ ସଭ୍ୟ ରତିକାନ୍ତ ମିଶ୍ର, ସଭ୍ୟା ବିଷ୍ଣୁପ୍ରିୟା ବରାଳ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri