ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନର ତଥା ଜନଶୁଣାଣି କାର୍ଯ୍ୟକ୍ରମର ଜିଲାସ୍ତରୀୟ ନୋଡାଲ ଅଧିକାରୀ କଲ୍ୟାଣୀ ସଂଘମିତ୍ରା ଦେବୀ,ତହସିଲଦାର ସନ୍ତୋଷ କୁମାର ସାହୁ,ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଡ଼ା. ମଧୁସ୍ମିତା ପଣ୍ଡା,ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରାୟ , ଡ୍ରେନେଜ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ଭଗବାନ ରଥ, ସହକାରୀ ମତ୍ସ୍ୟ ଅଧିକାରୀ ଜୟଭଦ୍ର ମହାରଣା ଉପସ୍ଥିତ ଥିଲେ । ସେହିପରି ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଇଂ. ମନୋଜ ମହାରଣା , ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଇଂ. ଲଡୁ କିଶୋର ବେହେରା , ସିଡିପିଓ ଗୀତାଞ୍ଜଳୀ ବେହେରା,ସରପଞ୍ଚ ବିଜୟ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ । ଜନଶୁଣାଣି କାର୍ଯ୍ୟକ୍ରମରେ ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମର ୫୮ ଜଣ ଭତ୍ତା , ରାଶନ କାର୍ଡ , ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ଜମି ପଟ୍ଟା, ବିଦ୍ୟୁତ ସମସ୍ୟା ନେଇ ପ୍ରଶାସନିକ ଅଧିକାରୀମାନଙ୍କ ନିକଟରେ ଅଭିଯୋଗ କରିଥିଲେ । ସିଦ୍ଧେଶ୍ୱର ଗ୍ରାମ ସରକାରୀ ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨ ମାସ ହେଲା ଡାକ୍ତର ପଦବୀ ଖାଲି ପଡିଥିବାରୁ ଆଖପାଖ ଅଞ୍ଚଳରୁ ଆସୁଥିବା ରୋଗୀମାନେ ସ୍ବାସ୍ଥ୍ୟସେବା ପାଉନାହାନ୍ତି। ତେଣୁ ଯଥାଶୀଘ୍ର ଖାଲିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚ ପ୍ରଶାସନିକ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସିଦ୍ଧେଶର ଗ୍ରାମ ଶ୍ରୀ ରଘୁନାଥ ମନ୍ଦିର ନିକଟରେ ହୋଇଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟ ଦୀର୍ଘଦିନ ହେଲା ସମ୍ପୂର୍ଣ୍ଣ ହୋଇଯାଇଥିଲେ ମଧ୍ୟ ଠିକାଦାର ପଞ୍ଚାୟତକୁ ଚାବି ହସ୍ତାନ୍ତର ନକରି ସେଠାରେ ଭୋଜିଭାତ କରି ଲୋକଙ୍କ ଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରୁଥିବା ନେଇ ସରପଞ୍ଚ ନିଜେ ଅଭିଯୋଗ କରିଥିଲେ । ଖୁବଶୀଘ୍ର ସମସ୍ୟା ଗୁଡ଼ିକର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଜନଶୁଣାଣିରେ ଉପସ୍ଥିତ ଅଧିକାରୀବୃନ୍ଦ ପ୍ରତିଶ୍ରୁତି ଦେଇଥିଲେ। ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ରୋଜାଲିନ ଦଳାଇ , ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ , ପଞ୍ଚାୟତ ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଦାସ , ଏଡିଓ ନାରାୟଣ ଗୌଡ଼ , ରାଜସ୍ବ ନୀରିକ୍ଷୀକା ସରସ୍ବତୀ କହଁର ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?