ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି  ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ  ତୁରନ୍ତ ମରାମତି କରାଯିବା ଦାବିରେ ଶୁକ୍ରବାର ଛତ୍ରପୁର ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ ସାକ୍ଷାତ କରି ସ୍ମାରକପତ୍ର ପ୍ରଦାନ କରିଥିବା  ଜଣାପଡିଛି । ଦୀର୍ଘବର୍ଷ ହେଲା କଇଠଖଣ୍ଡି ଗ୍ରାମର ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାରେ ବଡ ବଡ଼ ଖାଲଖମା  ହୋଇ  ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଏହି ମୁଖ୍ୟ ରାସ୍ତା ଦେଇ ଗ୍ରାମର ଛାତ୍ରୀଛାତ୍ର ଓ ଅଭିଭାବକ ବୃନ୍ଦ ସ୍କୁଲ ଏବଂ ୨ ଟି ଅଙ୍ଗନୱାଡ଼ି କେନ୍ଦ୍ରକୁ ଯାଆସ କରୁଛନ୍ତି।  ସାମାନ୍ୟ ବର୍ଷା ହେଲେ ରାସ୍ତାର ଖାଲ ଗୁଡିକରେ ପାଣି ଜମିବା ଦ୍ବାରା  ଯାତାୟାତ କରୁଥିବା  ଛାତ୍ରୀଛାତ୍ର ଏବଂ ସ୍ଥାନୀୟ ବାସିନ୍ଦା ଉକ୍ତ ଖାଲ ଗୁଡିକରେ ପଡ଼ିଯାଇ  ଖଣ୍ଡିଆ ଖାବରା ହେଉଛନ୍ତି।

ସେହିପରି ପଞ୍ଚାୟତ ଅନ୍ତର୍ଗତ ବୋରିପଦର ଗ୍ରାମ ମୁଖ୍ୟ ରାସ୍ତାରୁ ଗ୍ରାମ ଭିତରକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନ ରାସ୍ତାର ଅବସ୍ଥା ମଧ୍ୟ ଶୋଚନୀୟ ହୋଇପଡିଛି।  ଗ୍ରାମରେ ସ୍କୁଲ , କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ରରହିଛି । ପ୍ରତିଦିନ ଆଖପାଖ ୩ ରୁ ୪ ଟି ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରୁ ବହୁ ସଂଖ୍ୟକ ସ୍କୁଲ ଓ କଲେଜ  ଛାତ୍ରୀଛାତ୍ର ଏହି ରାସ୍ତାରେ  ଯାତାୟତ କରୁଛନ୍ତି। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଏବଂ ଜନସାଧାରଣଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ସରପଞ୍ଚ ବାରମ୍ବାର ବିଭାଗୀୟ ଅଧିକାରୀ ମାନଙ୍କୁ ସାକ୍ଷାତ କରି ରାସ୍ତାର  ମରାମତି ଏବଂ ପୁନରୁଦ୍ଧାର ପାଇଁ ନିବେଦନ କରି ଆସୁଥିଲେ ମଧ୍ୟ  ବିଭାଗ ପକ୍ଷରୁ କୈାଣସି ପଦକ୍ଷେପ ନିଆଯାଇପାରି ନାହିଁ ବୋଲି ସ୍ମାରକପତ୍ରରେ ଉଲ୍ଲେଖ ରହିଛି । ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ସମୟରେ ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ପଞ୍ଚାୟତ ସରପଞ୍ଚ ରଞ୍ଜନ କୁମାର ସାହୁଙ୍କ ସମେତ ଜିଲା ସରପଞ୍ଚ ସଂଘର ଉପସଭାପତି କୃଷ୍ଣଚନ୍ଦ୍ର ବଉଳ,ସାରୁ ପଞ୍ଚାୟତ ସରପଞ୍ଚ ନିଳାଞ୍ଚଳ ସାହୁ,ମୁମ୍ବାଇ ପ୍ରବାସୀ ଓଡ଼ିଆ ସମାଜର ଉପସଭାପତି ସୂର୍ଯ୍ୟନାରାୟଣ ଗୌଡ଼  ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?