ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି। ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିବା ପରେ ଆଜି ଏଥିପାଇଁ ୱାର୍ଡ ସଭ୍ୟମାନେ ଭୋଟ ଦେଇଛନ୍ତି। ତେବେ ସରପଞ୍ଚଙ୍କ ସପକ୍ଷରେ କୌଣସି ୱାର୍ଡ ସଭ୍ୟ ନ ଥିବାରୁ ସେ ଆଜି ଜାଣି ଶୁଣି ଭୋଟ ଦାନରୁ ବିରତ ରହିଥିବା କିଛି ୱାର୍ଡ ସଭ୍ୟ କହିଛନ୍ତି। ଆଜି ଅନାସ୍ଥା ଉପରେ ଭୋଟ ହୋଇଥିଲେ ମଧ୍ୟ ଫଳାଫଳ ଘୋଷଣା କରାଯାଇନାହିଁ। ତେବେ ଆଜିର ଅନାସ୍ଥା ଭୋଟିଂ ସମୟରେ କୌଣସି ବିଶୃଙ୍ଖଳା ହୋଇ ନଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ଡିସେମ୍ବର ୩ ତାରିଖରେ ପଞ୍ଚାୟତ କାର୍ଯ୍ୟାଳୟରେ ଅନାସ୍ଥା ଭୋଟିଂ ପାଇଁ ଆନନ୍ଦପୁର ଉପଜିଲାପାଳ ପୂର୍ବରୁ ସୂଚନା ଦେଇଥିଲେ। ତେବେ ଉକ୍ତଦିନ ହଠାତ୍‌ ଏହାର ଭୋଟିଂକୁ ବାତିଲ କରାଯାଇ ଡିସେମ୍ବର ୧୯ ତାରିଖ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। ସେହି ଆଧାରରେ ଆଜି ଅନାସ୍ଥା ଭୋଟ ହୋଇଥିଲା। ଅନାସ୍ଥା ପାଇଁ ହେବାକୁ ଥିବା ସତନ୍ତ୍ର ବୈଠକ ନିମନ୍ତେ ଉପଜିଲାପାଳଙ୍କ ଚିଠିକୁ ବିରୋଧ କରି ସରପଞ୍ଚ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ହାଇକୋର୍ଟ ଏଥିରେ ହସ୍ତକ୍ଷେପ କରି ଧାର୍ଯ୍ୟ ତାରିଖରେ ଭୋଟିଂ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଫଳାଫଳ ଘୋଷଣା ନକରିବାକୁ ନିଜ ରାୟରେ ଉଲ୍ଲେଖ କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ ହେବାକୁ ଧାର୍ଯ୍ୟ ହୋଇଛି।ଏହି ଭୋଟିଂ ବ୍ୟବସ୍ଥା ଆସି ଭୋଟିଂ ଶୁକ୍ରବାର ଶାନ୍ତିଶୃଙ୍ଖଳା ଅନୁସାରେ ଅନୁଷ୍ଠିତ ହୋଇଯାଇଛି । ଆଜିର ଭୋଟିଂ ସମୟରେ କଣ୍ଟିପାଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଆନନ୍ଦପୁର ଏଡିପିଓ ପ୍ରଶାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ପୋଳିସ ଫୋର୍ସ ମୁତୟନ କରାଯାଇଥିଲା। ଆନନ୍ଦପୁର ଥାନା ଅଧିକାରୀ ଫନିନ୍ଦ୍ର ନାୟକ, ଆନନ୍ଦପୁର ତହସିଲଦାର ପଲ୍ଲବୀ ପ୍ରିୟଦର୍ଶିନୀ ଘଟଣାସ୍ଥଳରେ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri